Site icon Odisha.com

ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃୟାରୀ ୧୧(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟ ସରକାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଛଅ ଜଣଙ୍କୁ ବଦଳି କରାଯାଇଥିବା ବେଳେ ଦୁଇ ଜଣଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ବିଜ୍ଞପ୍ତି ଅନୁସାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଯୁଗ୍ମ ସଚିବ ବାଳକୃଷ୍ଣବଲମ; ବେହେରାଙ୍କୁ ପୋନ୍ନତି ଦିଆଯାଇ ଜଳ ସଂପଦ ବିଭାଗର ଅତିରିକ୍ତ ଶାସନ ସଚିବ, ପଞ୍ଚାୟତିରାଜ ବିଭାଗ ଯୁଗ୍ମ ସଚିବ ପରାଗଲତା ସେଠୀଙ୍କୁ ସେହି ବିଭାଗର ଅତିରିକ୍ତ ଶାସବ ସଚିବ ଭାବେ ଅବସ୍ଥାପିତ କରାଯାଇଛି ।

ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଦୋଳମଣି କନେ୍ଧରଙ୍କୁ କୃଷି ବିଭାଗର ଅତିରିକ୍ତ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ ଯୁଗ୍ମ ସଚିବ ହିମାଚଳ ପ୍ରସାଦ ନାଗଙ୍କୁ ସେହି ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ବଦଳି କରାଯାଇଛି ।

ସେହିପରି ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ସୁରେଶ ଚନ୍ଦ୍ର ପଟେଲଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ,ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ନବକିଶୋର ନାୟକଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଓ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ପ୍ରଭାତ କୁମାର ଲେଙ୍କାଙ୍କୁ ଡ଼ିଆର୍ଡ଼ିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି ।

ଓଡିଶା ଡଟ୍ କମ୍

Exit mobile version