ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଭୁବନେଶ୍ୱର, ଅପ୍ରେଲ ୨୯(ଓଡ଼ିଶା ଡ଼ଟ୍ କମ୍) ଆସନ୍ତା ମଇ ୨ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ, ଅନୁଦାନପ୍ରାପ୍ତ ସ୍କୁଲ ଗୁଡ଼ିକ ଖରା ଛୁଟି ପାଇଁ ବନ୍ଦ ରହିବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।
ସ୍କୁଲ କର୍ତ୍ତୃପକ୍ଷ, ଶିକ୍ଷକ, ଶିକ୍ଷୟତ୍ରୀଙ୍କ ଅବଗତି ନିମନ୍ତେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ଏସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ୨ରୁ ଜୁନ୍ ୧୬ ପର୍ଯ୍ୟନ୍ତ ସ୍କୁଲ ଗୁଡ଼ିକ ବନ୍ଦ ରହିବ ।
ନିର୍ଦ୍ଦେଶନାମା ପାଳନ କରାନଗଲେ ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି । ସ୍କୁଲ ଗୁଡ଼ିକ ଖରାଛୁଟି ପରେ ଜୁନ୍ ୧୭ ଖୋଲିବ ।
ଓଡ଼ିଶା ଡ଼ଟ୍ କମ୍
Leave a Reply