Site icon Odisha.com

ଖୁବ୍ଶଶୀଘ୍ର ଜନନୀ ଶିଶୁ ସୁରକ୍ଷା କାର୍ଯ୍ୟକ୍ରମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଅକ୍ଟୋବର ୧୯(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆଣି ଆନୁଷ୍ଠାନିକ ପ୍ରସବ ହାର ବୃଦ୍ଧି ନିମନ୍ତେ ଖୁବ୍ ଶୀଘ୍ର ଜନନୀ ଶିଶୁ ସୁରକ୍ଷା କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯୋଜନା କରାଯାଉଛି ।

ବୁଧବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନ ଠାରେ ଅନୁଷ୍ଠିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମାନଙ୍କ  ଦୁଇଦିନିଆ ରାଜ୍ୟ ସ୍ତରୀୟ ସମୀକ୍ଷା ବୈଠକକୁ ଉ୍ଘାଟନ କରି ସ୍ୱାସ୍ଥ୍ୟ ସଚିବ ଅନୁ ଗର୍ଗ ଏହା କହିଛନ୍ତି ।

ରାଜ୍ୟର ସ୍ୱାସ୍ଥ୍ୟ ଅନୁଷ୍ଠାନ ଗୁଡିକର ଭିତ୍ତି ଭୂମିର ବିକାଶ ସହିତ ସାଧାରଣ ଲୋକଙ୍କୁ ଆବଶ୍ୟକୀୟ ଚିକିତ୍ସା ସେବା ଯୋଗାଇ ଦେବା ନିମନ୍ତେ ରାଜ୍ୟସରକାରଙ୍କ ପକ୍ଷରୁ ବିଭିନ୍ନ ପକ୍ଷେପ ଗ୍ରହଣ କରା ଯାଉଛି ।

ସେହି ସବୁ କାର୍ଯ୍ୟକ୍ରମ ଗୁଡିକର ସଫଳତା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନେ ନିଷ୍ଠା ଓ ଆନ୍ତରିକତାର ସହିତ ଦାୟିତ୍ୱ ନିର୍ବାହ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ରାଜ୍ୟରେ ଆନୁଷ୍ଠାନିକ ପ୍ରସବ କରାଯାଉଥିବା ଏବଂ ୨୪ ଘଣ୍ଟିଆ ଚିକିତ୍ସା ବ୍ୟବସ୍ଥା ସୁବିଧା ଥିବା ସମସ୍ତ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନରେ ଏହାକୁ କାର୍ଯ୍ୟକାରୀ କରାଯିବ । ଏହି କାର୍ଯ୍ୟକ୍ରମରେ ଗର୍ଭବତୀ ମହିଳାଙ୍କୁ ପ୍ରସବ ନିମନ୍ତେ ମାଗଣାରେ ସ୍ୱାସ୍ଥ୍ୟ ଅନୁଷ୍ଠାନକୁ ନିଆଯିବ ।

ସହିତ ମାଗଣାରେ ସମସ୍ତ ପ୍ରକାର ଚିକିତ୍ସା ସେବା ଓ ଔଷଧ ଏବଂ ଆବଶ୍ୟକ ସ୍ଥଳେ ମାଗଣାରେ ରକ୍ତ ଆଦି ପ୍ରଦାନ କରାଯିବ ।

ସ୍ୱାସ୍ଥ୍ୟ ଅନୁଷ୍ଠାନରେ ରହଣି କାଳରେ ମା ଓ ଶିଶୁଙ୍କୁ ମାଗଣାରେ ଖ୍ୟା ମଧ୍ୟ ଯୋଗାଇ ଦିଆଯିବ ଏବଂ ଏହି କାର୍ଯ୍ୟକ୍ରମ ସଂପର୍କରେ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ଏବଂ ସାଧାରଣ ଲୋକଙ୍କ ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

Exit mobile version