ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଭୁବନେଶ୍ୱର, ଜାନୁୟାରୀ ୨୪(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟରେ ନାରୀ ନିର୍ଯାତନା, ବଳାତ୍କାର ଭଳି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଡ଼ିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଏ ସଂପର୍କିତ ମାମଲାରେ କାର୍ଯ୍ୟାନୁଷ୍ଠାନ ସହ ଏତଲା ଦ।ଏର କରିବାକୁ ସୋମବାର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଅନୁଷ୍ଠିତ ସମୀକ୍ଷା ବୈଠକରେ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅବହେଳା ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।
ମହିଳା ମାନଙ୍କ ଉପରେ ହେଉଥିବା ଅତ୍ୟାଚାର ସଂପର୍କିତ ଅଭିଯୋଗର ପଂଜୀକରଣ କରୁନଥିବା ଅଧିକାରୀଙ୍କ ବିରୁଦ୍ଧରେ ପଦକ୍ଷେପ ଗ୍ରହଣ କରିବାକୁ ପୋଲିସ ମହାନିର୍ଦ୍ଦେଶକଙ୍କୁ କୁହାଯାଇଛି ।
ବିଶେଷକରି ଦଳିତ ଓ ସଂଖ୍ୟାଲଘୁ ଶ୍ରେଣୀର ମହିଳାଙ୍କ ଅଭିଯୋଗ ଯେପରି ଥାନାରେ ଗ୍ରହଣ କରାଯିବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି ।
ପିପିଲି , ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଅନ୍ୟ ସ୍ଥାନରେ ଘଟିଥିବା ବଳାତ୍କାର ତଥା ନିର୍ଯାତନା ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବା ନେଇ ବିଭିନ୍ନ ଗଣମାଧ୍ୟରେ ପ୍ରକାଶ ପାଇଥିଲା ।
ଓଡ଼ିଶା ଡ଼ଟ୍ କମ୍
Leave a Reply