ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଭୁବନେଶ୍ୱର, ଅପ୍ରେଲ ୩(ଓଡ଼ିଶା ଡ଼ଟ୍ କମ୍) ମାଓବାଦୀଙ୍କ ଅପହରଣକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାକୁ ବିଦେଶୀ ପର୍ଯ୍ୟଟକଙ୍କ ଗସ୍ତ ଉପରେ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି ।
ଦୁଇ ବିଦେଶୀ ପର୍ଯ୍ୟଟକ ଏବଂ ବିଧାୟକଙ୍କ ଅପହରଣ ପରେ ଜିଲ୍ଲାପାଳ ଏ ସଂପର୍କରେ ନିର୍ଦ୍ଦେଶନାମା ଜାରି କରି ସମସ୍ତ ଟୁର୍ ଅପରେଟରଙ୍କୁ ପତ୍ର ଦ୍ୱାରାଜଣାଇଛନ୍ତି ବୋଲି ଜଣେ ଅଧିକାରୀ ମଙ୍ଗଳବାର କହିଛନ୍ତି ।
ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି ଏବଂ ଏହି ସମୟ ମଧ୍ୟ କୌଣସି ପର୍ଯ୍ୟଟକଙ୍କୁ ଆସିବା ପାଇଁ ଅନୁମତି ଦିଆଯିବ ନାହିଁ ବୋଲି କୁହାଯାଇଛି ।
ଗତ ଶନିବାର ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଜିଲ୍ଲାକୁ ବିଶେୀ ପର୍ଯ୍ୟଟକଙ୍କ ଗସ୍ତ ଉପରେ କଟକଣା ଜାରି କରାଯାଇଥିଲା ।
ଓଡ଼ିଶା ଡ଼ଟ୍ କମ୍