ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଭୁବନେଶ୍ୱର, ଜୁନ୍ ୯(ଓଡ଼ିଶା ଡ଼ଟ୍ କମ୍) ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଥିବା ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଦିନ ୧ଟା ୪୫ରେ ବଲାଙ୍ଗୀର, ନୂଆପଡ଼ା ଏବଂ କଳାହାଣ୍ଡି ଜିଲ୍ଲାରେ ୨ରୁ ୧୫ ସେକେଣ୍ଡ ପାଇଁ ଏହା ଅନୁଭୂତ ହୋଇଥିବା କେନ୍ଦ୍ର ସ୍ଥଳରେ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୯ ବୋଲି ଜଣେ ଅଧିକାରୀ କହିଛନ୍ତି ।
ଭୟରେ ଲୋକମାନେ ଘର ବାହାରକୁ ଚାଲିଆସିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା କୁହାଯାଇଛି ।
ଓଡ଼ିଶା ଡ଼ଟ୍ କମ୍