ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଅନୁଗୁଳ, ଅପ୍ରେଲ ୧୬(ଓଡ଼ିଶା ଡ଼ଟ୍ କମ୍) ଅନୁଗୁଳ ଜିଲ୍ଲାରେ ସୋମବାର ମ୍ୟାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି |
ଛାତ୍ର ମାନଙ୍କୁ ନେଇ ଆସୁଥିବା ଗାଡ଼ିଟି ରେଙ୍ଗାଲି ଥାନା ଅନ୍ତର୍ଗତ ଗଣ୍ଡମାଳ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ଅନ୍ୟ ୨୩ ଜଣ ଗୁରୁତର ଅବସ୍ଥାରେ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି ।
ଏହାକୁ ନେଇ ସଂପୃକ୍ତ ଅଂଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଉତ୍ୟକ୍ତ ଲୋକମାନେ ରାସ୍ତା ଅବରୋଧ କରିବା ସହ ଦୁର୍ଘଟଣା ଘଟାଇଥିବା ଗାଡ଼ିଟିକୁ ପୋଡ଼ି ଦେଇଛନ୍ତି ।
ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଦୁଇ ଛାତ୍ରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବା ସହ ଶବ ସଂସ୍କାର ପାଇଁ ୨୫ ହଜାର, ପ୍ରତି ଆହତ ଛାତ୍ରଙ୍କ ପାଇଁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ସହିତ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାରବହନ କରିବକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି ।
ଓଡ଼ିଶା ଡ଼ଟ୍ କମ