ରାଜନୈତିକ ଚକ୍ରବ୍ୟୁହରେ କୃଷକର ଜୀବନ: ଲିଙ୍ଗରାଜ
୨୦୦୯-୧୦ରେ ଓଡ଼ିଶାରେ ଖରିଫ ଚାଷ ଅମଳ ସମୟରେ ଅଦିନିଆ ବର୍ଷା ଯୋଗୁଁ ବ୍ୟାପକ ଧାନ ଫସଲ ହାନି ହୋଇଥିଲା ଏବଂ ସେହି ସମୟରେ ପ୍ରଥମ ଥର ପାଇଁ ଅନେକ ସଂଖ୍ୟକ କୃଷକ ଆତ୍ମହତ୍ୟାର ସମ୍ବାଦ ଗଣମାଧ୍ୟମ ଦ୍ୱାରା ଲୋକଲୋଚନକୁ ଆସିଥିଲା । ସେହି ଅବଧି ଓ ପୃଷ୍ଠଭୂମିରେ ରାଜ୍ୟ ସରକାର ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ କୃଷକ କମିଶନ ଗଠନ କରିଥିଲେ । ଉକ୍ତ କମିଶନର ରିପୋର୍ଟ ରାଜ୍ୟ ସରକାରଙ୍କୁ ୨୦୧୨ ଡ଼ିସେମ୍ବରରେ ପ୍ରଦତ୍ତ ହୋଇଥିଲେ ସୁଦ୍ଧା ତାହା ଲୋକଲୋଚନକୁ ଆସିନାହିଁ ।