Site icon Odisha.com

ପାରାଦ୍ଵୀପ ବନ୍ଦରକୁ “ପୋର୍ଟ ଅଫ୍ ଦି ଇୟର” ପୁରସ୍କାର

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ପାରାଦ୍ଵୀପ, ନଭେମ୍ବର ୧୬(ଓଡ଼ିଶା ଡ଼ଟ୍ କମ୍) ଦେଶର ବୃହତ ବନ୍ଦର ଗୁଡ଼ିକ ମଧ୍ୟରେ ୨୦୦୯-୧୦ ଆର୍ଥିକ ବର୍ଷରେ ନିଜର ଦକ୍ଷତା, ମାଲ ପରିବହନ, ରପ୍ତାନୀ, ଆମଦାନୀ ଓ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକ୍ଷମ କରାଇବାରେ ଅଗ୍ରଣୀ ହୋଇଥିବାରୁ ପାରାଦ୍ଵୀପ ବନ୍ଦରକୁ “ପୋର୍ଟ ଅଫ ଦି ଇୟର” ପୁରସ୍କାର ପ୍ରଦାନ କରାଯାଇଛି ।

ଜାହାଜ ଚଳାଚଳ ମନ୍ତ୍ରାଳୟର ପୂର୍ବତନ ସଚିବ ଏପିଭିଏନ୍ ଶର୍ମା, ଭାରତୀୟ ବନ୍ଦର ସଂଘର ପରିଚାଳନା ନିଦେ୍ର୍ଧଶକ ଏ.ଜନାର୍ଦ୍ଧନ ରାଓ, କଲିକତା ବନ୍ଦର ଟ୍ରଷ୍ଟ ଅଧ୍ୟକ୍ଷ ଏମ୍.ଏଲ୍.ମୀନାଙ୍କୁ ନେଇ ଗଠିତ ବିଚାରକମଣ୍ଡଳୀ ଅନ୍ୟ ବନ୍ଦର ଗୁଡ଼ିକର ବିଭିନ୍ନ କାର୍ଯ୍ୟ ଉପରେ ସମୀକ୍ଷା କରି ପାରାଦ୍ଵୀପ ବନ୍ଦରକୁ ଏହି ପୁରସ୍କାର ପାଇଁ ମନୋନୀତ କରିଥିଲେ ।

ଏହି ଅବସରରେ ଗତ ୧୨ ତାରିଖରେ ମୁମ୍ବାଇ ଗେଟୱେ ମିଡ଼ିଆ ପ୍ରାଇଭେଟ ଲିମିଟେଡ଼ ପକ୍ଷରୁ ଆୟୋଜିତ ଏକ ଉତ୍ସବରେ ବନ୍ଦର ଅଧ୍ୟକ୍ଷ ବିପ୍ଳବ କୁମାରଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି ।

ଗତ ୨୦୦୯-୧୦ ଆର୍ଥିକ ବର୍ଷରେ ପାରାଦ୍ଵୀପ ବନ୍ଦର ପୂର୍ବ ବର୍ଷ ଅପେକ୍ଷା ୨୨.୮୪ ପ୍ରତିଶତ ଅଧିକ ମାଲ ପରିବହନ କରିଛି । ଏହି ମାଲ ପରିବହନ ଦେଶର ବୃହତ ବନ୍ଦର ମାନଙ୍କ ଠାରୁ ୫.୭୪ ପ୍ରତିଶତ ଅଧିକ ବୋଲି ବନ୍ଦର ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ।

ଓଡିଶା ଡଟ୍ କମ୍

 

Exit mobile version