Site icon Odisha.com

ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ଦୁଇ ଥର ସଫଳ ପରୀକ୍ଷଣ

ଓଡ଼ିଶା ଡ଼ଟ୍ କମ୍ : ହେମନ୍ତ ରାଉତ

ବାଲେଶ୍ୱର, ଡ଼ିସେମ୍ବର ୨୨(ଓଡ଼ିଶା ଡ଼ଟ୍ କମ୍) ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରୁ ବୁଧବାର ଆଣବିକ କ୍ଷମତା ସଂପନ୍ନ ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ଦୁଇ ଥର ସଫଳ ପରୀକ୍ଷଣ କରାଯାଇଛି ।

ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ର ପ୍ରଥମେ ୮.୧୬ରେ ଓ ପରେ ୯.୧୫ରେ ପରୀକ୍ଷଣ କରାଯାଇଥିବା ପ୍ରତିରକ୍ଷା ବିଭାଗର ଜଣେ ଅଧିକାରୀ କହିଛନ୍ତି । ଭାରତୀୟ ସେନାବାହୀନୀରେ ପୂର୍ବରୁ ଏହା ସାମିଲ ହୋଇସାରିଛି ।

ମଧ୍ୟମ ଦୂରଗାମୀ ଏହି କ୍ଷେପଣାସ୍ତ୍ରର ୩୫୦ କିମି ପର୍ଯ୍ୟନ୍ତ ଲକ୍ଷଭେଦ କରିବାର କ୍ଷମତା ଥିବା ବେଳେ ୫୦୦ କିଗ୍ରା ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି । ଗତ ସେପ୍ଟେମ୍ବର ୨୪ରେ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ ବିଫଳ ହୋଇଥିଲା ।

ଓଡ଼ିଶା ଡ଼ଟ୍ କମ୍

Exit mobile version