Site icon Odisha.com

ଡ଼ାଲି ଦୁର୍ନୀତିରେ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ଇସ୍ତଫା

ଓଡ଼ିଶା ଡ଼ଟ୍ କମ୍ : ବାଉରୀବନ୍ଧୁ ମହାରଣା

ଭୁବନେଶ୍ୱର, ଫେବୃୟାରୀ ୫(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟରେ ଦେଖା ଦେଇଥିବା ଡ଼ାଲି ଦୁର୍ନୀତିରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରମିଳା ମଲ୍ଲିକ ନିଜ ପଦରୁ ଶନିବାର ଇସ୍ତଫା ଦେଇଛନ୍ତି ।

ସେ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଇସ୍ତଫା ପତ୍ର ଗ୍ରହଣ କରି ରାଜ୍ୟପାଳଙ୍କ ନିକଟକୁ ପଠାଇଦେଇଛନ୍ତି ।

ସରକାରଙ୍କ ଦ୍ୱାରା ବିଭିନ୍ନ ଯୋଜନାରେ ମହିଳା ଓ ଶିଶୁ ମାନଙ୍କୁ ଦିଆଯାଉଥିବା ଡ଼ାଲି ଯୋଗାଣରେ ଦୁର୍ନୀତି ହୋଇଥିବା ଭିଜିଲାନ୍ସ ବିଭାଗ କହିବା ପରେ ଏଥିରେ ମନ୍ତ୍ରୀଙ୍କ ସଂପୃକ୍ତ ଅଭିଯୋଗ କରି ବିରୋଧି କଂଗ୍ରେସ ଓ ବିଜେପି ପକ୍ଷରୁ ତାଙ୍କର ଇସ୍ତଫା ଦାବି କରାଯାଇଥିଲା ।

ପ୍ରମିଳା ଯାଜପୁର ଜିଲ୍ଲା ବିଞ୍ଝାରପୁର ନିର୍ବାଚନମଣ୍ଡଳୀରୁ ଜନତା ଦଳରୁ ପ୍ରଥମେ ୧୯୯୦ରେ ନିର୍ବାଚିତ ହୋଇ ପରେ ୨୦୦୦, ୨୦୦୪ ଓ ୨୦୦୯ରେ ବିଜୁ ଜନତା ଦଳ ଟିକଟରେ ନିର୍ବାଚିତ ହୋଇଥିଲେ । ସେ ୨୦୦୪ ମଇ ୧୮ରୁ ଏହି ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିଆସୁଥିଲେ।

ପୂର୍ବରୁ ଡ଼ାଲି ଯୋଗାଣ ମନିଟରିଂ କମିଟିରୁ ମନ୍ତ୍ରୀଙ୍କ ଭାଇ କ୍ଷୀରୋଦ ମଲ୍ଲିକ ଇସ୍ତଫା ଦେଇଥିଲେ ।

ଓଡିଶା ଡଟ୍ କମ୍

Exit mobile version