Site icon Odisha.com

ଡ଼ାଲି ଦୁର୍ନୀତି: ରିପୋର୍ଟ ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କଟକ, ଫେବୃୟାରୀ ୧୧(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟରେ ହୋଇଥିବା ଡ଼ାଲି ଦୁର୍ନୀତି ସଂପର୍କିତ ଏକ ଜନସ୍ୱାର୍ଥ ମାମଲାର ବିଚାର କରି ଶୁକ୍ରବାର ଓଡ଼ିଶା ହାଇକୋର୍ଟ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆସନ୍ତା ଦଶ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ସହ ଡ଼ାଲି କାରବାର ସଂପର୍କିତ ସମସ୍ତ କାଗଜପତ୍ର ସୁରକ୍ଷିତ ରଖିବାକୁ ମୁଖ୍ୟ ବିଚାରପତି ଭି.ଗୋପାଳ ଗୌଡ଼ ଓ ବିଚାରପତି ବି.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି ।

ଘଟଣାର ବହୁତ ଦିନ ବିତିଯାଇଥିଲେ ମଧ୍ୟ ଭିଜିଲାନ୍ସ କୌଣସି ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବାରୁ ଏହାର ସିବିଆଇ ତଦନ୍ତ ପାଇଁ ଗତ ଗୁରୁବାର ଆଇନଜୀବୀ ଦିଲୀପ ମହାପାତ୍ର ମାମଲା ରୁଜୁ କରିଥିଲେ ।

ସରକାରୀ ଯୋଜନାରେ ମହିଳା ଓ ଶିଶୁ ମାନଙ୍କୁ ଦିଆଯାଉଥିବା ଡ଼ାଲି ଯୋଗାଣରେ ଅନିୟମିତତା ହୋଇଥିବା ଗତ ମାସ ଭିଜିଲାନ୍ସ ବିଭାଗ ଜାଣିବା ପରେ ଏହି ଘଟଣା ଲୋକଲୋଚନକୁ ଆସିଥିଲା । ଏହି ଦୁର୍ନୀତିରେ ଗତ ୫ ତାରିଖରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଇସ୍ତଫା ଦେଇଥିଲେ ।

ଓଡିଶା ଡଟ୍ କମ୍

Exit mobile version