• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ୧୧ ବର୍ଷ

March 11, 2011 by ଓଡିଶା ଡଟ କମ Leave a Comment

ଓଡିଶା ଡଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମାର୍ଚ୍ଚ ୫ (ଓଡିଶା ଡଟ୍ କମ୍) ରାଜ୍ୟରେ ବିଜୁ ଜନତା ଦଳ(ବିଜେଡି)ଏକ ଦଶନ୍ଧୀ ଧରି ଶାସନ
କରିଆସିଥିବା ବେଳେ ଶନିବାର ନବୀନ ପଟ୍ଟନାୟକ ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଏଗାର ବର୍ଷ ପୂରଣ କରିଛନ୍ତି ।

୨୦୦୦ ମସିହା ମାର୍ଚ୍ଚ ପାଞ୍ଚ ତାରିଖରେ ସେ ପ୍ରଥମ ଥର ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ।
ତା’ପରେ ୨୦୦୪ ଓ ୨୦୦୯ ନିର୍ବାଚନରେ ମଧ୍ୟ ସେ ପଦବୀ ଅଳଙ୍କୃତ କଲେ ।

ଗତ ଏଗାର ବର୍ଷ ମଧ୍ୟରେ ସେ ବହୁ ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ ମଧ୍ୟ ଏହାକୁ ଏଡାଇଯାଇଛନ୍ତି । ଓଡିଶାର
ମୁଖ୍ୟମନ୍ତ୍ରୀ ହୋଇ ଓଡିଆ ଭାଷା ଉପରେ ତାଙ୍କର କମ୍ ଜ୍ଞାନ ଯୋଗୁଁ ବହୁ ଲୋକ, ନେତା ଭାବେ ତାଙ୍କ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି ।

ତିନି ତିନି ଥର ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ନବୀନ ଗତ ଏଗାର ବର୍ଷ ମଧ୍ୟରେ ଗରିବଙ୍କ ପାଇଁ ଦୁଇ ଟଙ୍କିଆ ଚାଉଳ, ବିଜୁ କେବିକେ, ବିଜୁ କନ୍ଧମାଳ-ଗଜପତି ଯୋଜନା, ମଧୁବାବୁ ପେନ୍ସନ ଯୋଜନା, ମୋ କୁଡ଼ିଆ ଭଳି ବହୁ ଜନହିତକାରୀ ଯୋଜନା ଆରମ୍ଭ କରିଥିବା ବେଳେ ବହୁ ସମସ୍ୟାର ସମ୍ମୁଖୀନ ମଧ୍ୟ ହୋଇଛନ୍ତି ।

ଏହା ମଧ୍ୟରେ ରହିଛି କଳିଙ୍ଗନଗର ଗୁଳିକାଣ୍ଡ, କନ୍ଧମାଳ ଦଙ୍ଗା ଓ ବିଜେପି ସହିତ କରିଥିବା ମେଣ୍ଟ ଭାଙ୍ଗିବା । ସରକାର ଶିଳ୍ପାୟନକୁ ଅଗ୍ରାଧିକାର ଦେଇ ବିଭିନ୍ନ ଦେଶୀ ବିଦେଶୀ କମ୍ପାନୀ ସହ ୮୮ଟି ବୁଝାମଣାପତ୍ର ସ୍ୱାକ୍ଷରିତ କରିଛନ୍ତି ।

ପୋସ୍କୋ, ବେଦାନ୍ତ, ଆର୍ସେଲର-ମିତ୍ତଲ, ଟାଟା ଷ୍ଟିଲ ଓ ଅନ୍ୟ କେତେକ ଛୋଟ ବଡ କମ୍ପାନୀ ରାଜ୍ୟରେ ଶିଳ୍ପ ପ୍ରତିଷ୍ଠାନ ପାଇଁ ଚୁକ୍ତିପତ୍ର ମଧ୍ୟ ସ୍ୱାକ୍ଷର କରିଛନ୍ତି । କିନ୍ତୁ ବିଭିନ୍ନ କାରଣରୁ ଅଧିକାଂଶ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇପାରି ନାହିଁ ।

ରାଜ୍ୟବାସୀଙ୍କୁ ଦୁର୍ନୀତିମୁକ୍ତ ଓ ସ୍ୱଚ୍ଛ ଶାସନ ଦେବାକୁ କହୁଥିବା ନବୀନ ସରକାରଙ୍କ ନାଁରେ ଖଣି ଦୁର୍ନୀତି, ଡ଼ାଲି ଦୁର୍ନୀତି ଭଳି ମହା ଅଭିଯୋଗ ଆସିଛି ।

ଏହି ଶାସନ କାଳରେ ମାଓବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇଛି । ପୂର୍ବରୁ ଦୁଇ ତିନୋଟି ଜିଲ୍ଲାରେ ସେମାନଙ୍କ ଉପସ୍ଥିତି ଜଣାପଡ଼ୁଥିବା ବେଳେ ବର୍ତ୍ତମାନ ୨୦ରୁ ଉର୍ଦ୍ଧ୍ଵ ଜିଲ୍ଲାରେ ସେମାନେ କାୟାବିସ୍ତାର କରିସାରିଲେଣି ।

ଦୁର୍ନୀତି ଓ ଅଭିଯୋଗ ସରକାରଙ୍କ ପିଛା ଛାଡ଼ୁନଥିବା ବେଳେ ଓଡିଶାର ଜନସାଧାରଣ ନବୀନଙ୍କ ଉପରେ ଆସ୍ଥା ପ୍ରକଟ କରି ତିନି ତିନି ଥର ରାଜ୍ୟର ଶାସନ ଭାର ଦେଇଛନ୍ତି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ନବୀନ ପଟ୍ଟନାୟକ, ବିଜେଡ଼ି, ମୁଖ୍ୟ ଖବର, ମୁଖ୍ୟମନ୍ତ୍ରୀ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version