Site icon Odisha.com

ତିନି ବିଶ୍ୱବିଦ୍ୟାଳୟର ନୂତନ କୁଳପତି

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୩୦(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତି ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ରାଜ୍ୟର ତିନୋଟି ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ନିଯୁକ୍ତ କରିଛନ୍ତି ।

ଉତ୍କଳ ବିଶ୍ୱବିଦ୍ୟାଳୟର ଏମ୍ବିଏ ବିଭାଗର ପ୍ରଫେସର ପ୍ରଶାନ୍ତ କୁମାର ସାହୁଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅର୍ଥନୀତି ବିଭାଗ ପ୍ରଫେସର କୁମରବର ଦାସଙ୍କୁ ବାଲେଶ୍ୱର ସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କରାଯାଇଛି ।

ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ବିଜ୍ଞାନ ବିଭାଗ ପ୍ରଫେସର ସଂଘମିତ୍ରା ମହାନ୍ତିଙ୍କୁ ଉତ୍ତର ଓଡ଼ିଶା ବିଶ୍ୱ ବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦିଆଯାଇଛି ।

ଓଡ଼ିଶା ଡ଼ଟ୍ କମ୍

Exit mobile version