Site icon Odisha.com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ବାଲେଶ୍ୱର, ଅକ୍ଟୋବର ୧୨(ଓଡ଼ିଶା ଡ଼ଟ୍ କମ୍) ବାଲେଶ୍ୱର ଜିଲ୍ଲାର ଏକ ସ୍ଥାନରେ ବୁଧବାର ସଡ଼କ ଦୁର୍ଘଟଣାରେ ଛଅ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚାରି ଜଣ ଆହତ ହୋଇଥିବା ପୋଲିସ କହିଛି ।

ମୟୁରଭଞ୍ଜ ଜିଲ୍ଲା କପ୍ତିପାଦରୁ ଦଶ ଜଣଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଏକ ଜିପ୍ ଭୋର ସମୟରେ ମାର୍କେଣୀ ଠାରେ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ।

ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ସମେତ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଥିଲା ଏବଂ ଡ଼ାକ୍ତରଖାନାରେ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ଗତ ରବିବାର ମଧ୍ୟ ବାଲେଶ୍ୱର ଜିଲ୍ଲାର ସିମୁଳିଆ ନିକଟରେ ଦୁର୍ଘଟଣା ଘଟି ପଶ୍ଚିମବଙ୍ଗର ଆଠଜଣ ତୀର୍ଥଯାତ୍ରୀ ପ୍ରାଣ ହରାଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

Exit mobile version