• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଖୁବ୍ଶଶୀଘ୍ର ଜନନୀ ଶିଶୁ ସୁରକ୍ଷା କାର୍ଯ୍ୟକ୍ରମ

October 19, 2011 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଅକ୍ଟୋବର ୧୯(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆଣି ଆନୁଷ୍ଠାନିକ ପ୍ରସବ ହାର ବୃଦ୍ଧି ନିମନ୍ତେ ଖୁବ୍ ଶୀଘ୍ର ଜନନୀ ଶିଶୁ ସୁରକ୍ଷା କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯୋଜନା କରାଯାଉଛି ।

ବୁଧବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନ ଠାରେ ଅନୁଷ୍ଠିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମାନଙ୍କ  ଦୁଇଦିନିଆ ରାଜ୍ୟ ସ୍ତରୀୟ ସମୀକ୍ଷା ବୈଠକକୁ ଉ୍ଘାଟନ କରି ସ୍ୱାସ୍ଥ୍ୟ ସଚିବ ଅନୁ ଗର୍ଗ ଏହା କହିଛନ୍ତି ।

ରାଜ୍ୟର ସ୍ୱାସ୍ଥ୍ୟ ଅନୁଷ୍ଠାନ ଗୁଡିକର ଭିତ୍ତି ଭୂମିର ବିକାଶ ସହିତ ସାଧାରଣ ଲୋକଙ୍କୁ ଆବଶ୍ୟକୀୟ ଚିକିତ୍ସା ସେବା ଯୋଗାଇ ଦେବା ନିମନ୍ତେ ରାଜ୍ୟସରକାରଙ୍କ ପକ୍ଷରୁ ବିଭିନ୍ନ ପକ୍ଷେପ ଗ୍ରହଣ କରା ଯାଉଛି ।

ସେହି ସବୁ କାର୍ଯ୍ୟକ୍ରମ ଗୁଡିକର ସଫଳତା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନେ ନିଷ୍ଠା ଓ ଆନ୍ତରିକତାର ସହିତ ଦାୟିତ୍ୱ ନିର୍ବାହ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ରାଜ୍ୟରେ ଆନୁଷ୍ଠାନିକ ପ୍ରସବ କରାଯାଉଥିବା ଏବଂ ୨୪ ଘଣ୍ଟିଆ ଚିକିତ୍ସା ବ୍ୟବସ୍ଥା ସୁବିଧା ଥିବା ସମସ୍ତ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନରେ ଏହାକୁ କାର୍ଯ୍ୟକାରୀ କରାଯିବ । ଏହି କାର୍ଯ୍ୟକ୍ରମରେ ଗର୍ଭବତୀ ମହିଳାଙ୍କୁ ପ୍ରସବ ନିମନ୍ତେ ମାଗଣାରେ ସ୍ୱାସ୍ଥ୍ୟ ଅନୁଷ୍ଠାନକୁ ନିଆଯିବ ।

ସହିତ ମାଗଣାରେ ସମସ୍ତ ପ୍ରକାର ଚିକିତ୍ସା ସେବା ଓ ଔଷଧ ଏବଂ ଆବଶ୍ୟକ ସ୍ଥଳେ ମାଗଣାରେ ରକ୍ତ ଆଦି ପ୍ରଦାନ କରାଯିବ ।

ସ୍ୱାସ୍ଥ୍ୟ ଅନୁଷ୍ଠାନରେ ରହଣି କାଳରେ ମା ଓ ଶିଶୁଙ୍କୁ ମାଗଣାରେ ଖ୍ୟା ମଧ୍ୟ ଯୋଗାଇ ଦିଆଯିବ ଏବଂ ଏହି କାର୍ଯ୍ୟକ୍ରମ ସଂପର୍କରେ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ଏବଂ ସାଧାରଣ ଲୋକଙ୍କ ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ସ୍ୱାସ୍ଥ୍ୟ Tagged With: ଜନନୀ, ସ୍ୱାସ୍ଥ୍ୟ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version