Site icon Odisha.com

ସ୍ୱାଧିନତା ସଂଗ୍ରାମୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଯାଜପୁର, ଅକ୍ଟୋବର ୩୧(ଓଡ଼ିଶା ଡ଼ଟ୍ କମ୍) ଯାଜପୁର ଜିଲ୍ଲାର ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ ହୋଇଯାଇଛି ।

ରବିବାର ସଂଧ୍ୟାରେ ଏକ ଶୋଭାଯାତ୍ରା ସ୍ଥଳକୁ ଯିବା ବେଳେ ତାଙ୍କର ଅକାଳ ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା ।

ବଡ଼ଚଣାରେ ଏକ ସ୍ମୃତି ସଂସଦ ପକ୍ଷରୁ ବନ୍ଦରେଶ୍ୱର ଠାରେ ସ୍ୱାଧିନତା ସଂଗ୍ରାମୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଏକ ଉତ୍ସବର ଆୟୋଜନ କରାଯାଇଥିଲା ।

ଏହି ଅବସରରେ ଆୟୋଜିତ ଏକ ମଶାଲ ଶୋଭାଯାତ୍ରା ସେ କାରରେ ଯାଉଥିବା ବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ ଏବଂ ପରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ବଡ଼ଚଣା ଅଞ୍ଚଳର ଗାନ୍ଧୀ ବୃନ୍ଦାବନ ତ୍ରିପାଠୀଙ୍କ ଭାଇ ପୂର୍ଣ୍ଣଚନ୍ଦ୍ର ଦୁଇଥର କାରାବରଣ କରିଥିବା ବେଳେ ସ୍ୱାଧିନତା ସଂଗ୍ରାମୀ ଭାବେ ରାଷ୍ଟ୍ରପତି ପୁରସ୍କାର ମଧ୍ୟ ପାଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

Exit mobile version