• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଅଲିଭ ରିଡ଼୍ଲେଙ୍କ ସୁରକ୍ଷା ପାଇଁ ମାଛଧରା ଉପରେ କଟକଣା

October 31, 2011 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ଆଶିଷ ସେନାପତି

କେନ୍ଦ୍ରାପଡ଼ା, ଅକ୍ଟୋବର ୩୧(ଓଡ଼ିଶା ଡ଼ଟ୍ କମ୍) ଅଲିଭ ରିଡ଼୍ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ଗହିରମଥାରେ ସାତ ମାସ ମାଛ ଧରିବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି ।

ନଭେମ୍ବର ୧ରୁ ମଇ ୩୧ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଗଞ୍ଜାମ, ବାଲେଶ୍ୱର, ପୁରୀ, ଜଗତସିଂହପୁର ଓ ଭଦ୍ରକ ଆି ଛଅଟି ଉପକୂଳ ଜିଲ୍ଲାରେ ଏହି କଟକଣା ଜାରି କରାଯାଇଛି ।

ଏହି ସମୟ ମଧ୍ୟରେ କଇଁଛମାନେ ଅଣ୍ଡା ଦେବାକୁ ଏଠାକୁ ଆସିଥାନ୍ତି ତେଣୁ କଟକଣା ଯୋଗୁଁ ସେମାନେ ସୁରକ୍ଷିତ ରହିପାରିବେ ବୋଲି ଭିତରକନିକା ଡ଼ିଏଫ୍ଓ ମନୋଜ ମହାପାତ୍ର ଓଡ଼ିଶା ଡ଼ଟ୍ କମ୍କୁ କହିଛନ୍ତି ।

ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ୨୦ କିଲୋମିଟର ମଧ୍ୟରେ ଅସ୍ତରଙ୍ଗରୁ ଧାମରା ପର୍ଯ୍ୟନ୍ତ ଟ୍ରଲର କିମ୍ବା ମାଛଧରା ଡ଼ଙ୍ଗା ନଚଲାଇବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି ।

ବେଆଇନ ଭାବେ ମାଛ ଧରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେଠାରେ ଜଙ୍ଗଲ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଛି ।

ନଭେମ୍ବରରୁ ଡ଼ିସେମ୍ବର ଅଲିଭ ରିଡ଼ଲେଙ୍କ ସଙ୍ଗମ, ଜାନୁୟାରୀ ଫେବୃୟାରୀରେ ଅଣ୍ଡ।ମାନ ଓ ମାର୍ଚ୍ଚରୁ ଅପ୍ରେଲ ଶେଷ ପର୍ଯ୍ୟନ୍ତ ଅଣ୍ଡାରୁ ଛୁଆ ଜନ୍ମନେଇ ସମୁଦ୍ର ଯିବା ପ୍ରକ୍ରିୟା ଚାଲିଥାଏ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଅଲିଭ ରିଡ଼ଲେ କଇଁଛ, କେନ୍ଦ୍ରାପଡ଼ା, ମୁଖ୍ୟ ଖବର

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version