• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଉମରକୋଟ ଉପନିର୍ବାଚନ ପାଇଁ ଆଚରଣବିଧି

November 6, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ନଭେମ୍ବର ୭(ଓଡ଼ିଶା ଡ଼ଟ୍ କମ୍) ନବରଙ୍ଗପୁର ଜିଲ୍ଲା ଉମରକୋଟ ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଚରଣବିଧି ଲାଗୁ ହୋଇଛି ।

ଡିସେମ୍ବର ୪ ତାରିଖରେ ଭୋଟ ଫଳାଫଳ ପ୍ରକାଶ ପାଇବା ପର୍ଯ୍ୟନ୍ତ ଏହା ଜାରି ରହିବ । ନାମାଙ୍କନ ପତ୍ର ଦାଖଲର ଶେଷର ତାରିଖ ୧୨ ହୋଇଥିବା ବେଳେ ୧୪ରେ ପ୍ରାର୍ଥୀପତ୍ର ଯାଂଚ ଓ ୧୬ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ସମୟ ରହିଛି ।

ସେହିଭଳି ଭୋଟ ଗ୍ରହଣ ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ । ଏହି ସମୟ ମଧ୍ୟରେ ଉମରକୋଟ ନିର୍ବାଚନ ମଣ୍ଡଳୀରେ ସରକାରୀ ଭାବେ କୌଣସି ଉନ୍ନୟନମୂଳକ କାର୍ଯ୍ୟ କରାଯିବନାହିଁ ।

ଆସନ ପାଇଁ ପ୍ରାର୍ଥୀ ଚୟନ କରିବା ନେଇ ବିଭିନ୍ନ ଦଳର ନେତାମାନେ ସେହି ଅଂଚଳ ଗସ୍ତକରି କର୍ମୀମାନଙ୍କ ସହ ଆଲୋଚନା କରିବା ସହିତ ମତାମତ ଲୋଡ଼ିଛନ୍ତି । ଏହି ଆସନରେ ଉପନିର୍ବାଚନ ପାଇଁ ବିଜେଡ଼ି ପକ୍ଷରୁ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ କମିଟି ନିର୍ବାଚନ ଗଠନ କରାଯାଇଛି ।

ପୂର୍ବତନ ବିଧାୟକ ଧର୍ମୁ ଗଣ୍ଡଙ୍କୁ ବିଜେପି ପ୍ରାର୍ଥୀ ଭାବେ ଘୋଷଣା କରଥିବା ବେଳେ ଏବେ ଦଳର ବରିଷ୍ଠ ନେତାମାନେ ସଂପୃକ୍ତ ଅଂଚଳରେ ସଂପର୍କରେ ଲାଗିଛନ୍ତି । ଛତିଶଗଡ଼ରେ ବିଜେପି ସରକାର ଥିବାରୁ ଏହି ଅଂଚଳର ନେତୃବୃନ୍ଦ ଓ ମନ୍ତ୍ରୀମାନେ ଧର୍ମୁଙ୍କ ପାଇଁ ପ୍ରଚାର କରିବେ ବୋଲି ଜଣାପଡ଼ିଛି ।

ଉମରକୋଟ ନିର୍ବାଚନ ମଣ୍ଡଳୀରେ ଦୁଇ ଲକ୍ଷ ୧୬ ହଜାର ୩୯ ଭୋଟର ଥିବାବେଳେ ସେମାନଙ୍କ ମଧ୍ୟରୁ ଅନୁସୂଚିତ ଜନଜାତି ଭୋଟରଙ୍କ ସଂଖ୍ୟା ଏକ ଲକ୍ଷ ୬ ହଜାର ୧୧୮, ଅନୁସୂଚିତ ଜାତି ଭୋଟରଙ୍କ ସଂଖ୍ୟା ୩୬ ହଜାର ୨୧୫ ଓ ଅନ୍ୟାନ୍ୟ ଭୋଟରଙ୍କ ସଂଖ୍ୟା ୩ ହଜାର ୭୮୦ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଉମରକୋଟ, ରାଜନୀତି

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version