• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଦୂଷିତ ପାଣି ଯୋଗୁଁ ୪୦ ଛାତ୍ରଛାତ୍ରୀ ଅସୁସ୍ଥ

December 18, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ : ଆଶିଷ ସେନାପତି

କେନ୍ଦ୍ରାପଡ଼ା, ଡ଼ିସେମ୍ବର ୧୮(ଓଡ଼ିଶା ଡ଼ଟ୍ କମ୍)ଦୂଷିତ ପାଣି ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଏକ ଆଦିବାସୀ ଅବାସିକ ସ୍କୁଲର ପ୍ରାୟ ୪୦ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି ।

ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସ୍ଥିତ ସ୍କୁଲର ଏହି ଛାତ୍ରଛାତ୍ରୀ ମାନେ ଶନିବାର ସଂଧ୍ୟାରେ ଅସୁସ୍ଥ ହୋଇପଡ଼ିବାରୁ ସେମାନଙ୍କୁ ସରକାରୀ ଡ଼ାକ୍ତରଖରାନାରେ ଭର୍ତି କରାଯାଇଛି ।

ତେବେ ସ୍ୱାସ୍ଥ୍ୟ ଅଧିକାରୀଙ୍କ ଏକ ଦଳ ସ୍କୁଲକୁ ଯାଇ କେତେକ ଛାତ୍ରଛାତ୍ରୀଙ୍କ ରକ୍ତ ନମୂନା ସଂଗ୍ରହ
କରିଥିବା ବେଳେ ଦୂଷିତ ପାଣି ଯୋଗୁଁ ଏଭଳି ପରିସ୍ଥିତି ହୋଇଥିବା ସେମାନେ କହିଛନ୍ତି ।

ଅସୁସ୍ଥ ଛାତ୍ରଛାତ୍ରୀ ମାନଙ୍କୁ ଡ଼ାକ୍ତରଖାନାରେ ଚିକିତ୍ସା କରାଯାଉଛି ଏବଂ ସେମାନଙ୍କ ଅବସ୍ଥା ଠିକ୍ ଅଛି ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ବି.କେ.ସାହୁ କହିଛନ୍ତି । ଅସୁସ୍ଥଙ୍କ ମଧ୍ୟରୁ କେତେକଙ୍କ ବାନ୍ତି ହେଉଥିବାରୁ ସେମାନଙ୍କୁ ଚିକିତ୍ସା କରାଯାଉଥିବା କହିଛନ୍ତି ।

ଏହି ସ୍କୁଲର ଛାତ୍ରଛାତ୍ରୀମାନେ ଋତୁ ଜନିକ ଅସୁସ୍ଥତାର ଶିକାର ହେଉଥିବା ବେଳେ ସେମାନଙ୍କ ମଧ୍ୟରୁ
ଅଧିକାଂଶଙ୍କର ତରଳ ଝାଡ଼ା ଜନିତ ସମସ୍ୟା ରହିଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କେନ୍ଦ୍ରାପଡ଼ା ଜିଲ୍ଲା, ଦୂଷିତ ପାଣି

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version