Site icon Odisha.com

ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ପରୀକ୍ଷଣ ସ୍ଥଗିତ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ବାଲେଶ୍ୱର, ଡ଼ିସେମ୍ବର ୨୧(ଓଡ଼ିଶା ଡ଼ଟ୍ କମ୍) ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ବୁଧବାର ହେବାକୁଥିବା ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ପରୀକ୍ଷଣ ସ୍ଥଗିତ ରଖାଯାଇଛି ।

କେତେକ ବୈଷୟିକ ତୃଟି ଯୋଗୁଁ ଏହି ପରୀକ୍ଷଣ ସ୍ଥଗିତ କରାଯାଇଥିବା ପରୀକ୍ଷଣ କେନ୍ଦ୍ରରନିର୍ଦ୍ଦେଶକ ଏସ୍.ପି.ଦାଶ ଓଡ଼ିଶା ଡ଼ଟ୍ କମ୍କୁ କହିଛନ୍ତି ।

ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି  କ୍ଷେପଣାସ୍ତ୍ର ୩୫୦ କିମି ପର୍ଯ୍ୟନ୍ତ ଲକ୍ଷଭେଦ କରିପାରିବ ।

ଓଡ଼ିଶା ଡ଼ଟ୍ କମ୍

Exit mobile version