• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପଞ୍ଚାୟତ ନିର୍ବାଚନ ପାଇଁ ସରକାରୀ ବିଜ୍ଞପ୍ତି

December 23, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଡ଼ିସେମ୍ବର ୨୪(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ବୋଲି ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସାମ୍ବିଧାନିକ ବିଧିବ୍ୟବସ୍ଥା ଅନୁଯାୟୀ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଜଗତସିଂହପୁର ଜିଲ୍ଲା ଏର୍ସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡ଼ମେମ୍ବର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ଏହି ନିର୍ବାଚନ ହେବ ବୋଲି ଶୁକ୍ରବାର ଏହି ବିଜ୍ଞପ୍ତି ଜାରି କରାଯାଇଛି ।

ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତିକୁ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ପଠାଇଦିଆଯାଇଛି । ଫଳରେ କମିଶନ ଯେକୌଣସି ସମୟରେ ନିର୍ବାଚନ ପାଇଁ ଆଚରଣବିଧି ଲାଗୁ କରିପାରନ୍ତି ।

ଏହି ବ୍ୟବସ୍ଥାରେ ପାଞ୍ଚବର୍ଷକୁ ଥରେ ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲ୍ଳା ପରିଷଦ, ୱାର୍ଡ଼ମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ନିର୍ବାଚନ କରାଯାଇଥାଏ ।

୨୦୦୭ ଫେବୃୟାରୀ-ମାର୍ଚ୍ଚ ମାସରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଓ ନିର୍ବାଚିତ ପ୍ରତିନିଧି ମାନଙ୍କର ଅବଧି ଆସନ୍ତା ମାର୍ଚ୍ଚ ୨୦୧୨ଦ୍ୱିତୀୟ ସପ୍ତାହ ସୁଦ୍ଧା ସମାପ୍ତ ହେଉଥିବାରୁ ତା ପୂର୍ବରୁ ନିର୍ବାଚନ ପାଇଁପ୍ରସ୍ତୁତି ପ୍ରକ୍ରିୟା ଶେଷ ହୋଇଛି ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ବିଧାନସଭାରେ କହିଛନ୍ତି ।

ଡ଼ୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ଗ୍ରାମପଞ୍ଚାୟତ ଗୁଡ଼ିକର ସରପଞ୍ଚ ନିର୍ବାଚନ ପାଇଁ ସୋନପୁର ଜିଲ୍ଲାପାଳ ସ୍ଥାନ ଆରକ୍ଷଣ କରି ବିଜ୍ଞପ୍ତି ଜାରି କରିଛନ୍ତି । ମାତ୍ର ଏହି ଆରକ୍ଷଣ ବ୍ୟବସ୍ଥାକୁ ବିରୋଧ କରି ଏକ ମାମଲା ଦାୟର ହୋଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ନିର୍ବାଚନ କମିଶନ, ପଞ୍ଚାୟତ ନିର୍ବାଚନ

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version