Site icon Odisha.com

ପଞ୍ଚାୟତ ନିର୍ବାଚନ ପାଇଁ ସରକାରୀ ବିଜ୍ଞପ୍ତି

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଡ଼ିସେମ୍ବର ୨୪(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ବୋଲି ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସାମ୍ବିଧାନିକ ବିଧିବ୍ୟବସ୍ଥା ଅନୁଯାୟୀ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଜଗତସିଂହପୁର ଜିଲ୍ଲା ଏର୍ସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡ଼ମେମ୍ବର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ଏହି ନିର୍ବାଚନ ହେବ ବୋଲି ଶୁକ୍ରବାର ଏହି ବିଜ୍ଞପ୍ତି ଜାରି କରାଯାଇଛି ।

ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତିକୁ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ପଠାଇଦିଆଯାଇଛି । ଫଳରେ କମିଶନ ଯେକୌଣସି ସମୟରେ ନିର୍ବାଚନ ପାଇଁ ଆଚରଣବିଧି ଲାଗୁ କରିପାରନ୍ତି ।

ଏହି ବ୍ୟବସ୍ଥାରେ ପାଞ୍ଚବର୍ଷକୁ ଥରେ ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲ୍ଳା ପରିଷଦ, ୱାର୍ଡ଼ମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ନିର୍ବାଚନ କରାଯାଇଥାଏ ।

୨୦୦୭ ଫେବୃୟାରୀ-ମାର୍ଚ୍ଚ ମାସରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଓ ନିର୍ବାଚିତ ପ୍ରତିନିଧି ମାନଙ୍କର ଅବଧି ଆସନ୍ତା ମାର୍ଚ୍ଚ ୨୦୧୨ଦ୍ୱିତୀୟ ସପ୍ତାହ ସୁଦ୍ଧା ସମାପ୍ତ ହେଉଥିବାରୁ ତା ପୂର୍ବରୁ ନିର୍ବାଚନ ପାଇଁପ୍ରସ୍ତୁତି ପ୍ରକ୍ରିୟା ଶେଷ ହୋଇଛି ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ବିଧାନସଭାରେ କହିଛନ୍ତି ।

ଡ଼ୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ଗ୍ରାମପଞ୍ଚାୟତ ଗୁଡ଼ିକର ସରପଞ୍ଚ ନିର୍ବାଚନ ପାଇଁ ସୋନପୁର ଜିଲ୍ଲାପାଳ ସ୍ଥାନ ଆରକ୍ଷଣ କରି ବିଜ୍ଞପ୍ତି ଜାରି କରିଛନ୍ତି । ମାତ୍ର ଏହି ଆରକ୍ଷଣ ବ୍ୟବସ୍ଥାକୁ ବିରୋଧ କରି ଏକ ମାମଲା ଦାୟର ହୋଇଛି ।

ଓଡ଼ିଶା ଡ଼ଟ୍ କମ୍

Exit mobile version