Site icon Odisha.com

ବିଜ୍ଞାନ କଂଗ୍ରେସରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୨(ଓଡ଼ିଶା ଡ଼ଟ୍ କମ୍) ୯୯ତମ ବିଜ୍ଞାନ କଂଗ୍ରେସରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ସୋମବାର ସଂଧ୍ୟାରେ ଭୁବନେଶ୍ୱରରେ ପହଂଚିଛନ୍ତି ।

ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପତ୍ନୀ ଗୁରୁସରଣ କୌରଙ୍କ ସହ ପ୍ରଧାନମନ୍ତ୍ରୀ
ବିଜୁପଟ୍ଟନାୟକ ବିମାନବନ୍ଦରରେ ପହଂଚିଛନ୍ତି ।

ସେଠାରେ ତାଙ୍କୁ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପିସିସି ସଭାପତି ନିରଂଜନ ପଟ୍ଟନାୟକ ବିରୋଧୀ ଦଳ ନେତା ଭୂପିନ୍ଦର ସିଂ ଓ କଂଗ୍ରେସ ଦଳର ନେତା ଓ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ ଏବଂ ମଙ୍ଗଳବାର ସକାଳେ କିଟ୍ ବିଶ୍ୱବ୍ୟିାଳୟରେ ଆୟୋଜିତ ବିଜ୍ଞାନ କଂଗ୍ରେସକୁ ଉଦଘାଟନ କରିବେ ଏବଂ ପରେ କଂଗ୍ରେସ କାର୍ଯ୍ୟାଳୟରେ ଦଳୀୟ ନେତାଙ୍କ ସହ ଆଲୋଚନା କରିବେ ।

ଏହାପରେ ସେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଓଡ଼ିଶା ଡ଼ଟ୍ କମ

Exit mobile version