ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଭୁବନେଶ୍ୱର, ଜାନୁୟାରୀ ୫(ଓଡ଼ିଶା ଡ଼ଟ୍ କମ୍) କନ୍ଧମାଳ ଜିଲ୍ଲାରେ ଗୁରୁବାର ସକାଳେ ମାଓବାଦୀଙ୍କ ବିସ୍ଫୋରଣ ପରେ ସଂପୃକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ କୁମ୍ବିଂ ଅପରେଶନ ଜୋରଦାର କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ କୁହାଯାଇଛି ।
ମାଓ ପ୍ରଭାବିତ ଅଞ୍ଚଳରେ କୁମ୍ବିଂ ଓ ସର୍ଚ୍ଚ ଅପରେଶନ ସମୟରେ ଷ୍ଟାଣ୍ଡାର୍ଡ଼ ଅପରେଶନ ପ୍ରସିଜୋର କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ସେହିପରି ମୃତ ପୋଲିସ କର୍ମଚାରୀଙ୍କ ପରିବାର ବର୍ଗ ଯେପରି ଶୀଘ୍ର ବିଭିନ୍ନ ସହାୟତା ପାଇପାରିବେ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।
ଓଡ଼ିଶା ଡ଼ଟ୍ କମ୍
Leave a Reply