Site icon Odisha.com

ପିପିଲି ଗଣବଳାତ୍କାର ମାମଲାର ବିଚାରବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୧୩(ଓଡ଼ିଶା ଡ଼ଟ୍ କମ୍) ପିପିଲି ଗଣବଳାତ୍କାର ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ସରକାର ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ।

ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ପି.କେ.ମହାନ୍ତି ଘଟଣାର ତଦନ୍ତ କରିବେ ଏବଂ ଆସନ୍ତା ତିନି ମାସ ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି ।

ପିପିଲି ଥାନା ଅର୍ଜୁନଗା ଗାଁର ସଂପୃକ୍ତ ଯୁବତୀଙ୍କୁ ଗତ ନଭେମ୍ବର ୨୮ରେ ଗଣବଳାତ୍କାର ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିଲା ।

ରାଜ୍ୟ ସରକାର ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ ପୋଲିସ ଚାରି ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ କରି ଜଣଙ୍କୁ ଗିରଫ କରିଛି ।

ଅନ୍ୟପକ୍ଷରେ ତତ୍କାଳୀନ ପିପିଲି ଥାନା ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି । ସଂପୃକ୍ତ ଯୁବତୀ ବର୍ତମାନ କଟକରେ ଚିକିତ୍ସିତ ହେଉଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

Exit mobile version