• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

କେବଳ ଜିଲ୍ଲାପରିଷଦ ପ୍ରାର୍ଥୀଙ୍କୁ ଦଳୀୟ ମାନ୍ୟତା

January 20, 2012 by admin Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଜାନୁୟାରୀ ୨୦(ଓଡ଼ିଶା ଡ଼ଟ୍ କମ୍) ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ଵନ୍ଦିତା କରୁଥିବା ପ୍ରାର୍ଥୀଙ୍କ ପାଇଁ ରାଜ୍ୟ ନିର୍ବାଚନ କମିଶନ କେତେକ କଟକଣା ଜାରି କରିଥିବା ବେଳେ କେବଳ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କୁ ଦଳୀୟ ମାନ୍ୟତା ନିଆଯାଇଛି ।

ପ୍ରାର୍ଥୀମାନେ ନିଜକୁ କୌଣସି ଦଳର ସମର୍ଥିତ ପ୍ରାର୍ଥୀ ବୋଲି ପ୍ରଚାର କରିପାରିବେ ନାହିଁ କିମ୍ବା ଦଳୀୟ ନେତାଙ୍କ ଫଟୋକୁ ବ୍ୟବହାର କରିପାରିବେ ନାହିଁ ବୋଲି ଶୁକ୍ରବାର କମିଶନ ପକ୍ଷରୁ କୁହାଯାଇଛି ।

ନିର୍ବାଚନରେ ପ୍ରତିଦ୍ଵନ୍ଦିତା କରୁଥିବା ଜିଲ୍ଲା ପରିଷଦ ସଭ୍ୟ ପ୍ରାର୍ଥୀଙ୍କ ବ୍ୟତୀତ ଅନ୍ୟ ପ୍ରାର୍ଥୀଙ୍କୁ କୌଣସି ଦଳୀୟ ସଂକେତ ଦିଆଯାଇ ନାହିଁ ବୋଲି କମିଶନଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ପଠାଯାଇଛି ।

ତେବେ ସମିତି ସଭ୍ୟ, ସରପଞ୍ଚ ଓ ୱାର୍ଡ ମେମ୍ବର ପ୍ରାର୍ଥୀମାନେ ନିଜକୁ ବିଭିନ୍ନ ଦଳର ସମର୍ଥିତ ପ୍ରାର୍ଥୀ ଭାବେ ପ୍ରଚାର କରୁଛନ୍ତି । ତେଣୁ ନିର୍ବାଚନ ଆଚରଣବିଧି ଅନୁଯାୟୀ ଏମାନେ ବ୍ୟାନର ବା ପୋଷ୍ଟରରେ ନିଜକୁ କୌଣସି ଦଳର ସମର୍ଥିତ ପ୍ରାର୍ଥୀ ବୋଲି ଲେଖି ପାରିବେ ନାହିଁ ।

ଏହାସହ ସେମାନେ କୌଣସି ରାଜନୈତିକ ଦଳର ନେତାଙ୍କ ଫଟୋ ବ୍ୟାନର ବା ପୋଷ୍ଟରରେ ଲଗାଇ
ପାରିବେ ନାହିଁ । ଏଭଳି କାର୍ଯ୍ୟ କଲେ ତାହା ନିର୍ବାଚନ ଆଚରଣବିଧି ଉଲଂଘନ ବୋଲି ଧରି ନିଆଯିବ ।

ତେବେ କମିଶନଙ୍କ ଏଭଳି ପଦକ୍ଷେପକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି । ଆସନ୍ତା ଫେବୃୟାରୀ ୧୧ରୁ ପାଞ୍ଚଟି ପର୍ଯ୍ୟାୟରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ନିର୍ବାଚନ କମିଶନ, ପଞ୍ଚାୟତ ନିର୍ବାଚନ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version