Site icon Odisha.com

ମହିଳାଙ୍କ ସଂପର୍କିତ ମାମଲାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୨୪(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟରେ ନାରୀ ନିର୍ଯାତନା, ବଳାତ୍କାର ଭଳି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଡ଼ିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏ ସଂପର୍କିତ ମାମଲାରେ କାର୍ଯ୍ୟାନୁଷ୍ଠାନ ସହ ଏତଲା ଦ।ଏର କରିବାକୁ ସୋମବାର ଆଇନ ଶୃଙ୍ଖଳା  ପରିସ୍ଥିତି ନେଇ ଅନୁଷ୍ଠିତ ସମୀକ୍ଷା ବୈଠକରେ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅବହେଳା ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।

ମହିଳା ମାନଙ୍କ ଉପରେ ହେଉଥିବା ଅତ୍ୟାଚାର ସଂପର୍କିତ ଅଭିଯୋଗର ପଂଜୀକରଣ କରୁନଥିବା  ଅଧିକାରୀଙ୍କ ବିରୁଦ୍ଧରେ ପଦକ୍ଷେପ ଗ୍ରହଣ କରିବାକୁ ପୋଲିସ ମହାନିର୍ଦ୍ଦେଶକଙ୍କୁ କୁହାଯାଇଛି ।

ବିଶେଷକରି ଦଳିତ ଓ ସଂଖ୍ୟାଲଘୁ ଶ୍ରେଣୀର ମହିଳାଙ୍କ ଅଭିଯୋଗ ଯେପରି ଥାନାରେ ଗ୍ରହଣ କରାଯିବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି ।

ପିପିଲି , ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଅନ୍ୟ ସ୍ଥାନରେ ଘଟିଥିବା ବଳାତ୍କାର ତଥା ନିର୍ଯାତନା ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବା ନେଇ ବିଭିନ୍ନ ଗଣମାଧ୍ୟରେ ପ୍ରକାଶ ପାଇଥିଲା ।

ଓଡ଼ିଶା ଡ଼ଟ୍ କମ୍

Exit mobile version