• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଗଣବଳାତ୍କାର: କମିଶନଙ୍କ ରିପୋର୍ଟ ବିରୋଧରେ ଆନ୍ଦୋଳନ

February 7, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃୟାରୀ ୭(ଓଡ଼ିଶା ଡ଼ଟ୍ କମ୍) ପିପିଲି ଗଣବଳାତ୍କାର ଘଟଣାରେ ରାଜ୍ୟ ମହିଳା କମିଶନ ଦେଇଥିବା ରିପୋର୍ଟକୁ ବିରୋଧ କରି ମଙ୍ଗଳବାର ଭୁବନେଶ୍ୱରରେ ଆନ୍ଦୋଳନ କରାଯାଇଛି ।

କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀଙ୍କ ଇସ୍ତଫା ଦ।ବିରେ ରାଜ୍ୟ ମହିଳା କଂଗ୍ରେସ ଏବଂ ଭାରତୀୟ ଜନତା ପାର୍ଟି ମହିଳା ଶାଖା ପକ୍ଷରୁ ଭିନ୍ନଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କମିଶନ ପକ୍ଷରୁ ସରକାରଙ୍କୁ ଦିଆଯାଇଥିବା ରିପୋର୍ଟର ନକଲକୁ ସେମାନେ ପୋଡ଼ି ଦେଇଛନ୍ତି ।

ଅନ୍ୟପକ୍ଷରେ ଏହି ଘଟଣା ନେଇ ସିପିଆଇ, ସିପିଏମ୍, ଆର୍ଜେଡ଼ି ଫରୱାର୍ଡ଼ବ୍ଲକ, ସମାଜବାୀ ପାର୍ଟୀ ପ୍ରମୁଖ ଦଳର ନେତାମାନେ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କୁ ସାକ୍ଷାତ କରି ପାଣିଗ୍ରାହୀଙ୍କ ଇସ୍ତଫା ଦ।ବି କରିଛନ୍ତି ।

ପୀଡ଼ିତାଙ୍କୁ ଗଣବଳାତ୍କାର କରାଯାଇନଥିବା ଦର୍ଶାଇ କମିଶନ ଅଧ୍ୟକ୍ଷା ଗତ ଗୁରୁବାର ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ ।

ଡ଼ାକ୍ତରମାନେ ଠିକ୍ ଭାବେ ଚିକିତ୍ସା କରିଥିଲେ ପୀଡ଼ିତାଙ୍କ ଅବସ୍ଥା ଗୁରୁତର ହୋଇନଥାନ୍ତା ଉଲ୍ଲେଖ କରି ଚିକିତ୍ସାରେ ଅବହେଳା କରିଥିବା ଡ଼ାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସେ ସୁପାରିଶ କରିଥିଲେ ।

ତେବେ କମିଶନଙ୍କ ଏଭଳି ରିପୋର୍ଟକୁ ନେଇ ବିଭିନ୍ନ ରାଜନୈତିକ ଦଳ ଏବଂ ଅନୁଷ୍ଠାନ ପକ୍ଷରୁ ଏହାର ତୀବ୍ର ବିରୋଧ କରାଯାଇଛି ।

ଭୁବନେଶ୍ୱର ଠାରୁ ଦଶ କିମି ଦୂର ଅର୍ଜୁନଗଡ଼ା ଗ୍ରାମ ନିକଟରେ କେତେକ ଲୋକ ଗତ ନଭେମ୍ବର ୨୮ରେ ସଂପୃକ୍ତ ଯୁବତୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା । ଯୁବତୀ ଜଣକ ବର୍ତମାନ କଟକ ବଡ଼ ଡ଼ାକ୍ତରଖାନାରେ କୋମା ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଆନ୍ଦୋଳନ, ପିପିଲି ଗଣବଳାତ୍କାର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version