• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପରଲୋକ

February 15, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କଟକ, ଫେବୃୟାରୀ ୧୬(ଓଡ଼ିଶା ଡ଼ଟ୍ କମ୍) ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ବିବୁଧେନ୍ଦ୍ର ମିଶ୍ରଙ୍କ ପରଲୋକ ହୋଇଯାଇଛି ।

ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଚିକିତ୍ସିତ ହେଉଥିବା ଅବସ୍ଥାରେ ବୁଧବାର ସଂଧ୍ୟାରେ ପ୍ରାଇମ୍ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି ।

ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ସହରରେ ଶୋକର ଛୟା ଖେଳିଯାଇଥିଲା । ହାଇକୋର୍ଟ ମୁଖ୍ୟ
ବିଚାରପତି, ଜିଲ୍ଲାପାଳ, ଆଇନଜୀବୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଥିଲେ ।

ପୁରୀ କୁଣ୍ଢେଇବେଣ୍ଟ ସାହିର ଗୋପୀନାଥ ମିଶ୍ର ଓ ମୁକ୍ତାବାଳା ଦେବୀଙ୍କ ସୁପୁତ୍ର ବିବୁଧେନ୍ଦ୍ର ୧୯୨୦ ନଭେମ୍ବର ୩୦ରେ ଜନ୍ମଗ୍ରହଣ କରିଥିଲେ ।

୧୯୩୬ରେ ପୁରୀ ଜିଲ୍ଲା ସ୍କୁଲରୁ ହାଇସ୍କୁଲ ଶିକ୍ଷା ସମାପ୍ତ କରି ସେ ରେଭେନ୍ସା କଲେଜରୁ ୧୯୪୧
ମସିହାରେ ବି.ଏ ଓ ୧୯୪୯ ମସିହାରେ ପାଟନା ଆଇନ ମହାବିଦ୍ୟାଳୟରୁ ଆଇନ ଶିକ୍ଷା ସମାପ୍ତ
କରିଥିଲେ ।

୧୯୪୬ରେ ସ୍ୱାଧୀନତା ଆନ୍ଦୋଳନ ସମୟରେ ସେ ନେତାଜୀଙ୍କ ଆଜାଦ୍ ହିନ୍ଦ୍ ଫୌଜର ଥଇଥାନ
କମିଟିର ସାଧାରଣ ସଂପାଦକ ଭାବେ କାର୍ଯ୍ୟ କରିଥିଲେ । ୧୯୫୪ରୁ ୧୯୬୩ ପର୍ଯ୍ୟନ୍ତ ସେ ଉତ୍କଳ
ବିଶ୍ୱବିଦ୍ୟାଳୟର ସିନେଟ୍, ସିଣ୍ଡିକେଟ୍ ଓ ଏକାଡ଼େମୀ କାଉନ୍ସିଲ୍ ର ସଦସ୍ୟ ହୋଇଥିଲେ ।

୧୯୫୮ରେ ସେ ପ୍ରଥମଥର ପାଇଁ ରାଜ୍ୟ ସଭାକୁ ମନୋନୀତ ହୋଇଥିଲେ । ୧୯୬୭ରେ ପୁରୀ
ଲୋକସଭା ଆସନରୁ ନିର୍ବଚିତ ହୋଇ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ମନ୍ତ୍ରୀମଣ୍ଡଳରେ ଆଇନ
ଉପମନ୍ତ୍ରୀ ହୋଇଥିଲେ ।

ଏହାବ୍ୟତୀତ ଆମ ନେତା ସିରିଜ, ଖିଆଲି, ଅସମାପ୍ତ, ଜେଲ୍ ୧୯୪୨ ଆଦି ଅନେକ ପୁସ୍ତକ ଲେଖି
ଖ୍ୟାତି ଅର୍ଜନ କରିଥିଲେ ।

ସେଦୁଇଥର ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ୍ ର ସଭାପତି ଭାବେ ଦାୟିତ୍ୱ ତୁଲାଇଥିବା ବେଳେ ୨୦୦୯ରେ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ଡ଼କ୍ଟରେଟ ଉପାଧି ପ୍ରଦାନ କରାଯାଇଥିଲା ।

ମିଶ୍ରଙ୍କ ପରଲୋକରେ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ପୁରୀ, ସ୍ୱାଧୀନତା ଆନ୍ଦୋଳନ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version