Site icon Odisha.com

ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ, ୫ ଜଣଙ୍କ ମୃତ୍ୟୁ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କଟକ, ଫେବୃୟାରୀ ୧୬(ଓଡ଼ିଶା ଡ଼ଟ୍ କମ୍) କଟକ ଜିଲ୍ଲାରେ ଏକ ତୀର୍ଥଯାତ୍ରୀ ବସ୍ ୁର୍ଘଟଣାଗ୍ରସ୍ତ ହେବାରୁ ପାଞ୍ଚ ଜଣଙ୍କ ମୃତ୍ୟୁ ହେବା ସହ ୩୦ରୁ ଅଧିକ ଲୋକ ଆହତ ହୋଇଥିବା ପୋଲିସ ଗୁରୁବାର କହିଛି ।

ବାଲେଶ୍ୱର ଜିଲ୍ଲାର ଖନ୍ତାପଡ଼ା ଅନ୍ତର୍ଗତ କୁଳିଗାଁର ୫୧ ଜଣ ଯାତ୍ରୀଙ୍କୁ ନେଇ ପୁରୀ ଯାଉଥିବା ବସ୍ ଟି ବୁଧବାର ବିଳମ୍ବିତ ରାତିରେ ବଇଚୁଆଁ ନିକଟରେ ଟ୍ରକ ପଛରେ ପିଟି ହୋଇଯାଇଥିଲା ।

ଘଟଣା ସ୍ଥଳରେ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଡ଼ାକ୍ତରଖାନାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିଲା । ଆହତ ମାନଙ୍କୁ କଟକ ବଡ଼ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

Exit mobile version