Site icon Odisha.com

ପୋଲିସ ଇନ୍ଫର୍ମର ସନ୍ଦେହରେ ମହିଳାଙ୍କୁ ହତ୍ୟା

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ନୂଆପଡ଼ା, ଫେବୃୟାରୀ ୨୪(ଓଡ଼ିଶା ଡ଼ଟ୍ କମ୍) ନୂଆପଡ଼ା ଜିଲ୍ଲାରେ ମାଓବାଦୀମାନେ ଶୁକ୍ରବାର ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରିଥିବା ପୋଲିସ କହିଛି ।

ସୁନାବେଡ଼ା ବଜାର ନିକଟସ୍ଥ ଏକ ସ୍ଥାନରୁ ଉକ୍ତ ମହିଳାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ପୋଲିସ ଇନ୍ଫର୍ମର ସନ୍ଦେହରେ ତାଙ୍କୁ ହତ୍ୟା କରାଯାଇଛି ବୋଲି ମାଓବାଦୀମାନେ ସେଠାରେ ଛାଡ଼ଯାଇଥିବା ପୋଷ୍ଟରରେ ଉଲ୍ଲେଖ କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

Exit mobile version