• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମହାନଦୀରୁ ପାଣି ନେବାକୁ ଆଇଓସିଏଲ୍ କୁ ଅନୁମତି

February 27, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କଟକ, ଫେବୃୟାରୀ ୨୮(ଓଡ଼ିଶା ଡ଼ଟ୍ କମ୍) ମହାନଦୀ ହାଡ଼ିଆପଠା ଠାରେ ବେଆଇନ ନିର୍ମାଣ ମାମଲାର ଚୂଡ଼ାନ୍ତ ରାୟ ଶୁଣାରି କରି ହାଇକୋର୍ଟ ଇଣ୍ଡିଆନ ଅଏଲ କର୍ପୋରେସନ(ଆଇଓସିଏଲ୍)କୁ ମହାନଦୀରୁ ପାଣି ନେବାକୁ ଅନୁମତି ପ୍ରଦାନ କରିଛନ୍ତି ।

ତେବେ ଖରାଦିନରେ ପାଣି ନେବା ଉପରେ ବିଚାରପତି ବିମଳ ପ୍ରସାଦ ଦାସ ଓ ବିଚାରପତି ମନମୋହନ ଦାସଙ୍କୁ ନେଇ ଗଠିତ ଖଣ୍ଡପୀଠ କଟକଣା ଜାରି କରିଛନ୍ତି ।

ଏହି ସମୟରେ ଏକ ଜଳଭଣ୍ଡାର ନିର୍ମାଣ କରିବାକୁ ନିର୍ଦ୍ଦେଶ ଦେବା ସହ କୋର୍ଟ କେତେକ ସର୍ତ ରଖିଛନ୍ତି । ଶିଶୁ ଭବନର ବିକାଶ ପାଇଁ ଦଶ କୋଟି ଟଙ୍କା ଏବଂ କଟକ ସହରର ଟ୍ରାଫିକ୍ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ତିନି କୋଟି ଟଙ୍କା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ବେଆଇନ ନିର୍ମାଣ ନେଇ କରାଯାଇଥିବା କଟକଣାକୁ କୋର୍ଟ ପ୍ରତ୍ୟାହାର କରିନେଇଥିବା ବେଳେ ବିନା ଅନୁମତିରେ ବଡ଼ ନିର୍ମାଣ କାର୍ଯ୍ୟ ହୋଇପାରିବ ନାହିଁ ବୋଲି ଦର୍ଶାଯାଇଛି ।

କଟକ ସହରରେ ଏକ ଟ୍ରିନେଣ୍ଟ ପ୍ଳାଣ୍ଟ ନିର୍ମାଣ କରିବା ସହ ପାଞ୍ଚଟି ଆମ୍ବୁଲାନ୍ସ ଯୋଗାଇ ଦେବାକୁ ଖଣ୍ଡପୀଠରେ ଦର୍ଶାଯାଇଛି ।

ହାଡ଼ିଆପଠା ଠାରେ ଚାଲିଥିବା ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ନ୍ୟାସନାଲିଷ୍ଟ ଲୟର୍ସ ଫୋରମ୍ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ କରାଯାଇଥିଲା । ଏହି ବେଆଇନ ନିର୍ମାଣ ବନ୍ଦ କରାନଗଲେ ଏହା ରିଙ୍ଗବନ୍ଧ ଏବଂ ବ୍ୟାରେଜ ପ୍ରତି ବିପଦ ସୃଷ୍ଟି କରିବ ବୋଲି ଏଥିରେ ଉଲ୍ଲେଖ କରାଯାଇଥିଲା ।

ଓଡ଼ିଶା ଡ଼ଟ୍ କମ୍

ଌଦ୍ଭଭଗ୍ଦକ୍ଟ୍ର;

admin
admin

Filed Under: ମୁଖ୍ୟ ଖବର Tagged With: ଆଇଓସିଏଲ୍, ମହାନଦୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version