• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମ୍ୟାଟ୍ରିକ ପ୍ରଶ୍ନପତ୍ର ଚୋରି ଘଟଣାର କ୍ରାଇମବ୍ରାଂଚ ତଦନ୍ତ

March 23, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମାର୍ଚ୍ଚ ୨୩(ଓଡ଼ିଶା ଡ଼ଟ୍ କମ୍) ପୁରୀ ଜିଲ୍ଲା କାକଟପୁର ସ୍ଥିତ ଏକ ସ୍କୁଲରୁ ମ୍ୟାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଚୋରି ଘଟଣାର କ୍ରାଇମବ୍ରାଂଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଶୁକ୍ରବାର ବିଧାନସଭାରେ ଏକ ମୁଲତବି ପ୍ରସ୍ତାବ ଉପରେ ଆଲୋଚନା ବେଳେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
ପ୍ରତାପ ଜେନା ଏହା କହିଛନ୍ତି । ତେବେ ଜୁନ୍ ୩୦ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ପଦକ୍ଷେପ
ନିଆଯିବ ବୋଲି ସେ କହିଛନ୍ତି ।

କାକଟପୁର ବ୍ଲକ ଅଧିନସ୍ଥ ବାଜପୁର ଭଗବତୀ ବିଦ୍ୟାପୀଠରୁ ମଙ୍ଗଳବାର ରାତିରେ ମ୍ୟାଟ୍ରିକ ରେଗୁଲାର ପରୀକ୍ଷା ପ୍ରଶ୍ନପତ୍ର ଚୋରି ହେବା ପରେ ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ମିଳିତ ନିଷ୍ପତି କ୍ରମେ ମ୍ୟାଟ୍ରିକ ପରୀକ୍ଷାକୁ ବାତିଲ କରିିଦିଆଯାଇଛି ।

କେବଳ ଆରମ୍ଭରୁ ହୋଇଥିବା ସାହିତ୍ୟ ପରୀକ୍ଷା ବ୍ୟତୀତ ଅନ୍ୟ ସମସ୍ତ ପରୀକ୍ଷା ଘୁଂଚାଇ ଦିଆଯାଇଛି । ତେବେ ଏକ୍ସରେଗୁଲାର ଓ ମଧ୍ୟମା ପରୀକ୍ଷା ଜାରି ରହିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି ।

ପରୀକ୍ଷା ବାତିଲକୁ ନେଇ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀ ଅଭିଭାବକ ତଥା ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ପୁରୀ, ବିଧାନସଭା

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version