• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

୨୦୧୪ ସୁଦ୍ଧା ରାଜ୍ୟର ସବୁ ପଞ୍ଚାୟତକୁ ପିଇବା ପାଣି

April 9, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୯(ଓଡ଼ିଶା ଡ଼ଟ୍ କମ୍) ୨୦୧୪ ସୁଦ୍ଧା ରାଜ୍ୟର ସମସ୍ତ ପଞ୍ଚାୟତକୁ ବିଶୁଦ୍ଧ ପାଇପ ପାଣି ଯୋଗାଇ ଦେବା ପାଇଁ ସୋମବାର ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ।

ଏଥିପାଇଁ ଏକ ବିସ୍ତୃତ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତମାନ ରାଜ୍ୟର ୬୨୩୬ ଗ୍ରାମ ପଞ୍ଚାୟତ ମଧ୍ୟରୁ ୨୫୭୭ଟିର ମୁଖ୍ୟାଳୟରେ ପାଇପ ପାଣି ସଂଯୋଗ ନାହିଁ ।

ସେହିପରି ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ଏବଂ ପ୍ରତ୍ୟେକ ଘରକୁ ପାଣି ପହଞ୍ଚାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ।

ଫେବୃୟାରୀ ସୁଦ୍ଧା ରାଜ୍ୟର ୧,୪୧,୯୨୮ଟି ପଡ଼ାରେ ଗୋଟିଏ ଲେଖାଏଁ ନଳକୂପର ବ୍ୟବସ୍ଥା କରାଯାଇଥିବା ବେଳେ ବର୍ତମାନ ସୁଦ୍ଧା ୪୦ ପ୍ରତି ନଳକୂପ ଏବଂ ପାଇପ ଜଳ ଯୋଗାଣ ପ୍ରକଳ୍ପ ନିୟମିତ ଯାଞ୍ଚ ଚାଲିଛି ବୋଲି ବୈଠକରେ କୁହାଯାଇଛି ।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ କ୍ଳିଷ୍ଟ ସହରରେ ୧୩୨ଟି ଟ୍ୟାଙ୍କର ମୁତୟନ କରାଯାଇଥିବା ବେଳେ ଆବଶ୍ୟକତା ଦେଖି ଅଧିକ ସଂଖ୍ୟକ ଟ୍ୟାଙ୍କର ମୁତୟନ ପାଇଁ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି ।

ବ୍ଲକ ଗୁଡ଼ିକରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଓ ନଳକୂପ ଗୁଡ଼ିକର ମରାମତି କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ୨୭୧ଟି ବ୍ଲକରେ ଜଣେ ଲେଖାଏଁ ଅତିରିକ୍ତ ଯନ୍ତ୍ରୀଙ୍କୁ ମୁତୟନ କରାଯାଇଛି ଏବଂ ଅବଶିଷ୍ଟ ବ୍ଲକରେ ଆସନ୍ତା ଏକ ମାସ ମଧ୍ୟରେ ଏହା କରାଯିବ ବୋଲି କୁହାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଗ୍ରାମ୍ୟ ଉନ୍ନୟନ, ପଂଚାୟତ, ମୁଖ୍ୟମନ୍ତ୍ରୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version