• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଇଟାଲୀୟ ପର୍ଯ୍ୟଟକଙ୍କୁ ମୁକ୍ତ କଲେ ମାଓବାଦୀ

April 12, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୧୨(ଓଡ଼ିଶା ଡ଼ଟ୍ କମ୍) ଅପହରଣର ଦୀର୍ଘ ୨୮ଦିନ ପରେ ଗୁରୁବାର ମାଓବାଦୀମାନେ ଇଟାଲୀୟ ପର୍ଯ୍ୟଟକ ବାସୁସ୍କୋ ପାଓଲୋଙ୍କୁ ମୁକ୍ତ କରିଛନ୍ତି ।

ମାଓବାଦୀମାନେ କନ୍ଧମାଳ ଜିଲ୍ଲା ରାଇକିଆ ନିକଟରେ ମାଓ ମଧ୍ୟସ୍ଥି ଦଣ୍ଡପାଣି ମହାନ୍ତି ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ପାଓଲୋଙ୍କୁ ହସ୍ତାନ୍ତର କରିଛନ୍ତି । ମୁକ୍ତ ହେବା ପରେ ପାଓଲୋ ମାଓ ମଧ୍ୟସ୍ଥିଙ୍କ ସହ ଭୁବନେଶ୍ୱର ସ୍ଥିତ ରାଜ୍ୟ ଅତିଥି ଭବନରେ ପହଞ୍ଚିଛନ୍ତି ।

ଗତ ମାର୍ଚ୍ଚ ୧୪ ତାରିଖରେ କନ୍ଧମାଳ ଜିଲ୍ଲାରୁ ମାଓବାଦୀମାନେ ଦୁଇ ଇଟାଲୀୟ ପର୍ଯ୍ୟଟକ ୫୪ ବର୍ଷବୟସ୍କ ପାଓଲୋ ଓ ୬୧ ବର୍ଷ ବୟସ୍କ କ୍ଲାଉଡ଼ିଓ କୋଲାଞ୍ଜେଲୋଙ୍କୁ ଅପହରଣ କରିନେଇଥିଲେ ।

ତେବେ ମାର୍ଚ୍ଚ ୨୫ରେ କନ୍ଧମାଳ ଜିଲ୍ଲାରେ ମାଓବାଦୀମାନେ କ୍ଲାଉଡ଼ିଓ କୋଲାେଞ୍ଜଲୋଙ୍କୁ କେତେକ ଗଣମାଧ୍ୟମ ପ୍ରତିନିଧିଙ୍କୁ ହସ୍ତାନ୍ତର କରିଥିଲେ ।

ଅପହୃତଙ୍କ ମୁକ୍ତି ପାଇଁ ମାଓବାଦୀମାନେ ଆଦିବାସୀ ଅଂଚଳକୁ ପର୍ଯ୍ୟଟକଙ୍କ ଗସ୍ତ ଉପରେ କଟକଣା, ମାଓ ବିରୋଧୀ ଅଭିଯାନ ବନ୍ଦ ତଥା ବିଭିନ୍ନ ଜେଲରେ ଥିବା ବ୍ୟକ୍ତିଙ୍କୁ ଖଲାସ କରିବା ସହ ୧୩ଟି ଦାବି ସରକାରଙ୍କ ନିକଟରେ ଉପସ୍ଥାପନ କରିଥିଲେ ।

ମାଓବାଦୀଙ୍କ ଦାବି ଅନୁଯାୟୀ ଅପହୃତ ପର୍ଯ୍ୟଟକ ଏବଂ ବିଧାୟକଙ୍କ ମୁକ୍ତି ପାଇଁ ସରକାର ମାଓନେତା ସବ୍ୟସାଚୀଙ୍କ ପତ୍ନୀଙ୍କ ସମେତ ୨୭ ଜଣ ବନ୍ଦୀଙ୍କୁ ଜେଲରୁ ଖଲାସ କରିବାକୁ ଘୋଷଣା କରିଥିଲେ ।

ସେହିପରି ଗତ ୨୪ ତାରିଖରେ କୋରାପୁଟ ଜିଲ୍ଲାରୁ ସିପିଆଇ ମାଓବାଦୀ ସଂଗଠନର ଆନ୍ଧ୍ର ଓଡ଼ିଶା ବୋର୍ଡ଼ର ସ୍ପେଶାଲ ଜୋନାଲ କମିଟି ଦ୍ୱାରାଅପହୃତ ଲକ୍ଷ୍ମୀପୁର ବିଧାୟକ ଝିନ୍ନ ହିକକାଙ୍କୁ ମାଓବାଦୀମାନେ ବର୍ତମାନ ପର୍ଯ୍ୟନ୍ତ ମୁକ୍ତ କରିନାହାନ୍ତି ।

ତେବେ ସେମାନଙ୍କ ଦାବି ମୁତାବକ ୩୦ ଜଣ ବନ୍ଦୀଙ୍କୁ ସରକାର ମୁକ୍ତ ନକରିବା ପର୍ଯ୍ୟନ୍ତ ବିଧାୟକଙ୍କୁ ଛଡ଼ାଯିବ ନାହିଁ ବୋଲି ଉକ୍ତ ସଂଗଠନର ସଦସ୍ୟ ଜଗବନ୍ଧୁ ବୁଧବାର ଗଣମାଧ୍ୟମକୁ ଏକ ପତ୍ର ଦ୍ୱାରା ଜଣାଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ଇଟାଲୀୟ ପର୍ଯ୍ୟଟକ, ମାଓବାଦୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version