Site icon Odisha.com

ଅଗ୍ନି-୫ କ୍ଷେପଣାସ୍ତ୍ରର ପରୀକ୍ଷଣ ସ୍ଥଗିତ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭଦ୍ରକ, ଅପ୍ରେଲ ୧୮(ଓଡ଼ିଶା ଡ଼ଟ୍ କମ୍) ଖରାପ ପାଗ ଯୋଗୁଁ ବୁଧବାର ବାଲିଷ୍ଟିକ କ୍ଷେପଣାସ୍ତ୍ର ଅଗ୍ନି-୫ର ପରୀକ୍ଷଣ ସ୍ଥଗିତ ହୋଇଥିବା ପ୍ରତିରକ୍ଷା ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

ଗୁରୁବାର ଏହାର ପରୀକ୍ଷଣ କରାଯିବ ବୋଲି ସେ କହିଛନ୍ତି । ଭଦ୍ରକ ଜିଲ୍ଲା ହୁଇଲର ଦ୍ୱୀପରୁ ପାଂଚ ହଜାର କିମି ଲକ୍ଷଭେ କ୍ଷମତା ବିଶିଷ୍ଟ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ ହେବାର ଥିଲା ।

୧୭.୫ ମିଟର ଲମ୍ବ ବିଶିଷ୍ଟ ଏହି କ୍ଷେପଣାସ୍ତ୍ରର ୧୧ କ୍ୱିନ୍ଟାଲ ଓଜନ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି ।

ଓଡ଼ିଶା ଡ଼ଟ୍ କମ୍

Exit mobile version