• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଜିଲ୍ଲାପାଳ-ଓକିଲ ସଂଘ ବିବାଦ: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

April 24, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୨୪(ଓଡ଼ିଶା ଡ଼ଟ୍ କମ୍) ଦୁର୍ବ୍ୟବହାର ପ୍ରଦର୍ଶନ ନେଇ ସମ୍ବଲପୁର ଜିଲ୍ଲାପାଳ ଓ ଓକିଲ ସଂଘ ବିବାଦ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି ।

ସୋମବାର କେତେକ ଲୋକ ଜମି କିଣାବିକା ପାଇଁ ସବରେଜିଷ୍ଟ୍ରାର୍ ଅଫିସକୁ ଯାଇ ସେମାନେ ପୁରୁଣା ଜମି ମୂଲ୍ୟରେ ଷ୍ଟାମ୍ପ ଡ୍ୟୁଟି ଦେବାକୁ ସବ୍ ରେଜିଷ୍ଟ୍ରାରଙ୍କୁ ଅନୁରୋଧ କରିଥିଲେ ।

ତେବେ ସଂପୃକ୍ତ ଅଧିକାରୀ ବର୍ଦ୍ଧିତ ଦରର ଷ୍ଟାମ୍ପ ଡ୍ୟୁଟି ଦେବାକୁ କହିଥିଲେ । ଫଳରେ ଏହାକୁ ନେଇ ପାଟିତୁଣ୍ଡ ହୋଇଥିଲା । ସବ୍ ରେଜିଷ୍ଟ୍ରାରଙ୍କ ଅଫିସ୍ ରେ ଲୋକମାନେ ଭଙ୍ଗାରୁଜା କରିଥିଲେ ।

ସବ୍ ରେଜିଷ୍ଟ୍ରାର ଏସଂପର୍କରେ ତୁରନ୍ତ ଜିଲ୍ଲାପାଳଙ୍କୁ ଜଣାଇଥିଲେ । ଜିଲ୍ଲାପାଳ ସଙ୍ଗେସଙ୍ଗେ ବାର ପହଞ୍ଚି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ସେମାନଙ୍କୁ ଗାଳିଗୁଲଜ କରିଥିବା ଓକିଲମାନେ ଅଭିଯୋଗ କରିଥିଲେ ।

ଓକିଲମାନେ ଏଥିରେ ଉତ୍କକ୍ଷିପ୍ତ ହୋଇ ଜିଲ୍ଲାପାଳଙ୍କୁ ତୁରନ୍ତ ମନ୍ତବ୍ୟ ପ୍ରତ୍ୟାହାର କରିବାକୁ କହିଥିଲେ । ପରେ ଓକିଲ ଓ ସ୍ଥାନୀୟ ଲୋକମାନେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ପହଂଚି ବ୍ୟାପକ ଭଙ୍ଗାରୁଜା କରିଥିଲେ ।

ତେବେ ସବ୍ ରେଜିଷ୍ଟ୍ରାରଙ୍କୁ ଦୁର୍ବବ୍ୟହାର ପ୍ରଦର୍ଶନ କରାଯିବା ଖବର ପାଇ ଓକିଲଙ୍କ ସହିତ ଆଲୋଚନା ପାଇଁ ସେ ଯାଇଥିଲେ ଏବଂ ସେଠାରେ ଓକିଲମାନେ ତାଙ୍କୁ ଗାଳି ଗୁଲଜ କରିବା ସହ ଦୁର୍ବବ୍ୟହାର ପ୍ରଦର୍ଶନ କରିଥିଲେ ବୋଲି ଜିଲ୍ଲାପାଳ କହିଥିଲେ ।

ସମ୍ବଲପୁର ସହରରେ ଏହି ଘଟଣାକୁ ନେଇ ସରକାରୀ କର୍ମଚାରୀ କଲମ ଛାଡ଼ ଓ କାମ ବନ୍ଦ ଆନ୍ଦୋଳନ ଆରମ୍ଭ କରିବା ସହ ନିରବ ଶୋଭାଯାତ୍ରାରେ ସହର ପରିକ୍ରମା କରିଛନ୍ତି

ଏହି ଶୋଭାଯାତ୍ରାରେ ଶହଶହ ସଂଖ୍ୟାରେ ଉଭୟ ପୁରୁଷ ଏବଂ ମହିଳା କର୍ମଚାରୀ ସାମିଲ ହୋଇଥିଲେ ।
ସେମାନେ ହାତରେ ବିଭିନ୍ନ ପ୍ଲାକାର୍ଡ଼ ଧରି ସ୍ଲୋଗାନ ଦେଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଓକିଲ ସଂଘ, କ୍ରାଇମବ୍ରାଞ୍ଚ, ଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version