• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଓକିଲ ସଂଘର ବନ୍ଦ ଯୋଗୁଁ ଜୀବନଯାତ୍ରା ପ୍ରଭାବିତ

April 25, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ସମ୍ବଲପୁର, ଅପ୍ରେଲ ୨୫(ଓଡ଼ିଶା ଡ଼ଟ୍ କମ୍) ସମ୍ବଲପୁର ଜିଲ୍ଲାପାଳ ଓ ଓକିଲ ସଂଘର ବିବାକୁ ନେଇ ସହରରେ ବୁଧବାର ଦିଆଯାଇଥିବା ବନ୍ଦ ଡ଼ାକରା ଯୋଗୁଁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି ।

ଓକିଲ ସଂଘର ଏହି ୧୨ ଘଂଟିଆ ବନ୍ଦ ଯୋଗୁଁ ସମସ୍ତ ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ,ବୈଷୟିକ ଅନୁଷ୍ଠାନ, ଯାନବାହାନ ଚଳାଚଳ ବନ୍ଦ ରହିଥିବା ବେଳେ ଶିକ୍ଷାନୁଷ୍ଠାନ ଗୁଡ଼ିକ ଖୋଲା ରହିଛି ।

ଯାନବାହାନ ଚଳାଚଳ ବନ୍ଦ ଯୋଗୁଁ ବିଭିନ୍ନ ସ୍ଥାନରୁ ଆସିଥିବା ଯାତ୍ରୀମାନେ ସେମାନଙ୍କର ଗନ୍ତବ୍ୟସ୍ଥଳକୁ ଯାଇନପାରି ଅସୁବିଧାର ସମ୍ମୁଖିନ ହୋଇଛନ୍ତି ।

ସଂଘର କର୍ମକର୍ତା ଏବଂ ଉଠା ଦୋକାନୀ ସଂଘର କର୍ମକର୍ତାମାନେ ମାନେ ଜିଲ୍ଲାପାଳଙ୍କ ବହିସ୍କାର ଦାବିରେ ବିଭିନ୍ନ ସ୍ଲୋଗାନ ଦେଇ ଧାରଣା ଦେଇଛନ୍ତି । ବନ୍ଦକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ସ୍ଥାନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ରାଜ୍ୟ ସରକାର ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଂଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ ଆଜି ରାଜ୍ୟ ଆଇଏଏସ୍ ସଂଘ ପକ୍ଷରୁ ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସ୍ମାରକପତ୍ର ଦେଇଛନ୍ତି ।

ସୋମବାର କେତେକ ଲୋକ ଜମି କିଣାବିକା ପାଇଁ ସବ୍ରେଜିଷ୍ଟ୍ରାର୍ ଅଫିସ୍କୁ ଯାଇ ସେମାନେ ପୁରୁଣା ଜମି ମୂଲ୍ୟରେ ଷ୍ଟାମ୍ପ ଡ୍ୟୁଟି ବୋକୁ ସବ୍ ରେଜିଷ୍ଟ୍ରାର୍ଙ୍କୁ ଅନୁରୋଧ କରିଥିବା ବେଳେ ଏହାକୁ ନେଇ ପାଟିତୁଣ୍ଡ ହୋଇଥିଲା । ସବ୍ ରେଜିଷ୍ଟ୍ରାରଙ୍କ ଅଫିସ୍ରେ ଲୋକମାନେ ଭଙ୍ଗାରୁଜା କରିଥିଲେ ।

ସବ୍ରେଜିଷ୍ଟ୍ରାର ଏସଂପର୍କରେ ତୁରନ୍ତ ଜିଲ୍ଲାପାଳଙ୍କୁ ଜଣାଇଥିଲେ । ଜିଲ୍ଲାପାଳ ସଙ୍ଗେସଙ୍ଗେ ବାର୍ରେ ପହଂଚି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ସେମାନଙ୍କୁ ଗାଳିଗୁଲଜ କରିଥିବା ଓକିଲମାନେ ଅଭିଯୋଗ କରିଥିଲେ ।

ଓକିଲମାନେ ଏଥିରେ ଉତ୍କ୍ଷିପ୍ତ ହୋଇ ଜିଲ୍ଲାପାଳଙ୍କୁ ତୁରନ୍ତ ମନ୍ତବ୍ୟ ପ୍ରତ୍ୟାହାର କରିବାକୁ କହିଥିଲେ । ପରେ ଓକିଲ ଓ ସ୍ଥାନୀୟ ଲୋକମାନେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ପହଂଚି ବ୍ୟାପକ ଭଙ୍ଗାରୁଜା କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଜିଲ୍ଲାପାଳ, ସମ୍ବଲପୁର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version