• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଜିଲ୍ଲାପାଳ-ଓକିଲ ବିବାଦରେ ୧୬ ଆଇନଜୀବୀ ଗିରଫ

April 26, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ସମ୍ବଲପୁର, ଅପ୍ରେଲ ୨୬(ଓଡ଼ିଶା ଡ଼ଟ୍ କମ୍) ସମ୍ବଲପୁର ଜିଲ୍ଲାପାଳ ଓ ଓକିଲ ସଂଘ ବିବାଦ ଘଟଣାରେ ପୋଲିସ ଗୁରୁବାର ୧୬ ଜଣ ଆଇନଜୀବୀଙ୍କୁ ଗିରଫ କରିଛି ।

ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ଜିଲ୍ଲା ଓକିଲ ସଂଘର ସଭାପତି ପ୍ରମୋଦ କୁମାର ରଥ ଏବଂ ସଂପାଦକ ବିଜିତେନ୍ଦ୍ରୀୟ ପ୍ରଧାନ ।

ସେହିପରି ଗତ ସୋମବାର ଜିଲ୍ଲା ସବ୍ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ଅନ୍ୟ ଚାରି ଜଣଙ୍କୁ ମଧ୍ୟ ଗିରଫ କରିଥିବା ଜଣେ ଅଧିକାରୀ କହିଛନ୍ତି ।

ସୋମବାର କେତେକ ଲୋକ ଜମି କିଣାବିକା ପାଇଁ ସବ୍ ରେଜିଷ୍ଟ୍ରାର୍ ଅଫିସ୍କୁ ଯାଇଥିବା ବେଳେ ସେଠାରେ ପାଟିତୁଣ୍ଡ ହୋଇଥିଲା । ସବ୍ ରେଜିଷ୍ଟ୍ରାରଙ୍କ ଅଫିସ୍ରେ ଲୋକମାନେ ଭଙ୍ଗାରୁଜା କରିଥିଲେ ।

ସବ୍ରେଜିଷ୍ଟ୍ରାର ଏସଂପର୍କରେ ତୁରନ୍ତ ଜିଲ୍ଲାପାଳଙ୍କୁ ଜଣାଇଥିଲେ । ଜିଲ୍ଲାପାଳ ସଙ୍ଗେସଙ୍ଗେ ବାର୍ରେ ପହଂଚି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ସେମାନଙ୍କୁ ଗାଳିଗୁଲଜ କରିଥିବା ଓକିଲମାନେ ଅଭିଯୋଗ କରିଥିଲେ ।

ଓକିଲମାନେ ଏଥିରେ ଉତ୍କ୍ଷିପ୍ତ ହୋଇ ଜିଲ୍ଲାପାଳଙ୍କୁ ତୁରନ୍ତ ମନ୍ତବ୍ୟ ପ୍ରତ୍ୟାହାର କରିବାକୁ କହିଥିଲେ । ପରେ ଓକିଲ ଓ ସ୍ଥାନୀୟ ଲୋକମାନେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ପହଂଚି ବ୍ୟାପକ ଭଙ୍ଗାରୁଜା କରିଥିଲେ ।

ସରକାର ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଂଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ ରାଜ୍ୟ ଆଇଏଏସ୍ ସଂଘ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସ୍ମାରକପତ୍ର ଦେଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଜିଲ୍ଲାପାଳ, ସମ୍ବଲପୁର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version