ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ବାରିପଦା, ମଇ ୫(ଓଡ଼ିଶା ଡ଼ଟ୍ କମ୍) ମୟୁରଭଞ୍ଜ ଜିଲ୍ଲା ତାକତପୁର ଅଞ୍ଚଳରୁ ଶନିବାର ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଥିବା ପୋଲିସ କହିଛି ।
ଏକ ଘର ଉପରେ ଚଢାଉ କରି ୪୭୫ ଗ୍ରାମ ଓଜନର ବ୍ରାଉନ ସୁଗାର ଜବତ କରିଥିବା ବେଳେ ଏହାର ମୂଲ୍ୟ ଆନ୍ତର୍ଜାତିକ ବଜାରରେ ପ୍ରାୟ ୪୫ ଲକ୍ଷ ଟଙ୍କା ହେବ ବୋଲି ଜଣେ ଅଧିକାରୀ କହିଛନ୍ତି ।
ଏହି କାରବାରରେ ସଂପୃକ୍ତ ଥିବା ଅଭିଯୋଗରେ ଗୋବିନ୍ଦ ପଲ ନାମକ ଜଣେ ବ୍ୟକ୍ତି ଏବଂ ତାଙ୍କ ମା’କୁ ଗିରଫ କରାଯାଇଥିବା ସେ କହିଛନ୍ତି ।
ଓଡ଼ିଶା ଡ଼ଟ୍ କମ୍