• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପୂର୍ବତନ ସାଂସଦ ପତିତପାବନ ପ୍ରଧାନଙ୍କ ପରଲୋକ

May 6, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ସମ୍ବଲପୁର, ମଇ ୬(ଓଡ଼ିଶା ଡ଼ଟ୍ କମ୍) ପୂର୍ବତନ ରାଜ୍ୟସଭା ସଦସ୍ୟ ପତିତପାବନ ପ୍ରଧାନଙ୍କର ରବିବାର ୭୯ ବର୍ଷ ବୟସରେ ପରଲୋକ ହୋଇଯାଇଛି ।

ସେ ତାଙ୍କ ସାକ୍ଷୀପଡ଼ା ବୃକ୍ସହିଲ ସ୍ଥିତ ବାସ ଭବନରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ ଦିର୍ଘଦିନ ହେଲା ଶଯ୍ୟାଶାୟୀ ଥିଲେ ।

ମୃତ୍ୟୁ ଖବର ପାଇ ତାଙ୍କ ଶେଷ ଦର୍ଶନ ସକାଶେ ତାଙ୍କ ବାସ ଭବନକୁ ସହରର ବହୁତ ବିଶିଷ୍ଟ ବ୍ୟକ୍ତି, ବୁଦ୍ଧିଜୀବୀ ଓ ବନ୍ଧୁ ପରିଜନଙ୍କ ସୁଅ ଛୁଟିଛି ।

ଜନସାଧାରଣଙ୍କ ଶେଷ ଦର୍ଶନ ନିମନ୍ତେ ତାଙ୍କ ମର ଶରୀରକୁ ଆସନ୍ତାକାଲି ପର୍ଯ୍ୟନ୍ତ ତାଙ୍କ ବାସ ଭବନରେ ରଖାଯିବ । ସୋମବାର ସ୍ଥାନୀୟ ରାଜଘାଟରେ ତାଙ୍କ ଶେଷକୃତ୍ୟ ସଂପନ୍ନ କରାଯିବ ।

ପ୍ରଧାନ ପିଲାଦିନରୁ ଜଣେ ମେଧାବୀଛାତ୍ର ଥିଲେ । ସମାଜବାୀନେତା ରାମ ମନୋହର ଲୋହିଆଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ରାଜନୀତିରେ ଯୋଗ ଦେଇଥିଲେ ।

ସେ ଜୟ ପ୍ରକାଶ ନାରାୟଣଙ୍କ ସପୂର୍ଣ୍ଣ କ୍ରାନ୍ତିରେ ସକ୍ରିୟ ଭୂମିକା ଗ୍ରହଣ କରି କାରାବରଣ କରିଥିଲେ । ଦୀର୍ଘ ୧୯ ମାସ କାରାବରଣ କରି ଜେଲରୁ ଫେରି ତତ୍କାଳୀନ ଜନତାଦଳ ସରକାର ସମୟରେ ରାଜ୍ୟସଭାକୁ ମନୋନୀତ ହୋଇଥିଲେ ।

ସେ ୧୯୮୨ ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଥିଲେ । ସେ କିଛିିଦିନ ପାଇଁ ସମ୍ବଲପୁରରୁ ପ୍ରକାଶିତ ଦୈନିକ ହୀରାଖଣ୍ଡର ସଂପାଦନା ଦାୟିତ୍ୱରେ ରହିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ସମ୍ବଲପୁର, ସାଂସଦ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version