• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସେପ୍ଟେମ୍ବରରୁ ଭୁବନେଶ୍ୱର ଏମ୍ସରେ ଡ଼ାକ୍ତରୀ ପାଠ୍ୟକ୍ରମ

May 6, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମଇ ୬(ଓଡ଼ିଶା ଡ଼ଟ୍ କମ୍) ଆସନ୍ତା ସେପ୍ଟେମ୍ବର ମାସ ସୁଦ୍ଧା ସିଜୁଆ ଠାରେ ନିର୍ମାଣଧିନ ଏମ୍ସରେ ଡାକ୍ତରୀ ପାଠ୍ୟକ୍ରମରେ ଶିକ୍ଷାଦାନ ଆରମ୍ଭ ହେବ ବୋଲି ରବିବାର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଗୁଲାମନବୀ ଆଜା କହିଛନ୍ତି ।

ବର୍ତମାନ ଏହି ପ୍ରତିଷ୍ଠାନର ନିର୍ମାଣ କାର୍ଯ୍ୟ ଚାଲିଛି ଏବଂ ଏହାକୁ ତ୍ୱରାନ୍ନିତ କରାଯାଉଛି । ପ୍ରତିଷ୍ଠାନର ନିର୍ଦ୍ଦେଶକଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରାଯାଇଛି ବୋଲି ଆଜା ନିର୍ମାଣାଧିନ ଏମ୍ସ ପରିଦର୍ଶନ ପରେ କହିଛନ୍ତି ।

ଦୁଇଦିନିଆ ଓଡିଶା ଗସ୍ତରେ ଆସିଥିବା ଆଜା ରାଜ୍ୟ ଅତିଥି ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଏବଂ ବିଭାଗର ବରିଷ୍ଠ ପଦାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି ।

ଟୀକା କରଣ ଏବଂ ନୂତନ ଭାବେ ଆରମ୍ଭ କରାଯାଇଥିବା ଏନ୍.ସି.ଡି କାର୍ଯ୍ୟକ୍ରମ ଆଦିରେ ବ୍ଲକ୍ ଓ ଜିଲ୍ଲାସ୍ତରରୁ ଆସୁଥିବା ରିପୋର୍ଟ ଗୁଡିକୁ ରାଜ୍ୟ ସରକାର ନିଜର ବିପିଓ ମାଧ୍ୟମରେ ତନଖିକରି ଡାଟାବେସ୍ କରିବା ସହିତ ତାର କପି କେନ୍ଦ୍ରକୁ ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ଶେଷରେ ବିଭିନ୍ନ ରାଜ୍ୟର ଏହି ସବୁ ରିପୋର୍ଟକୁ ଆଧାର କରି କେନ୍ଦ୍ର ସରକାର ସେହି ସବୁ ଯୋଜନାକୁ ଅଧିକ ସୁଦୃଢ ଏବଂ ସହାୟତା ଆଦି ପାଇଁ ବ୍ୟବସ୍ଥା କରିବେ ବୋଲି ସେ ସୂଚନା ଦେଇଛନ୍ତି ।

ଭୁବନେଶ୍ୱରରେ ଏକ ଜାତୀୟ କର୍କଟ ପ୍ରତିଷ୍ଠାନ ପ୍ରତିଷ୍ଠା କରାଯିବା ଏବଂ ୧୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ସହିତ ଯୋଗ ଓ ନେଚରପାଥି କେନ୍ଦ୍ରୀୟ ପ୍ରତିଷ୍ଠାନ ସ୍ଥାପନ କରିବା, ରାଜ୍ୟରପଛୁଆ ଜିଲ୍ଲା ମାନଙ୍କର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗୁଡିକର ଉନ୍ନତି କରଣ ପାଇଁ ଜାତୀୟ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନ ମାଧ୍ୟମରେ ଅର୍ଥ ପ୍ରଦାନ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି ।

ସେହିପରି ଶେଷରେ ବୟସ୍କ ଲେକଙ୍କ ପାଇଁ ୮ ଟି ଆଞ୍ଚଳିକ ଜେରିଆଟିକ୍ କେନ୍ଦ୍ର ପ୍ରତିଷ୍ଠା ହେବାକୁ ଯାଉଥିବାରୁ ସେଥିରୁ ଗୋଟିଏ ଓଡିଶାରେ କରିବା ପାଇଁ ଆଜାଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ଏମ୍ସ, ସ୍ୱାସ୍ଥ୍ୟ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version