ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଭୁବନେଶ୍ୱର, ମଇ ୧୨(ଓଡ଼ିଶା ଡ଼ଟ୍ କମ୍) ପୂର୍ବତନ ଲୋକପାଳ ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଶରତ ଚନ୍ଦ୍ର ମହାପାତ୍ରଙ୍କ ଶନିବାର ପରଲୋକ ହୋଇଯାଇଛି ।
ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡ଼ାକ୍ତାରଖାନାରେ ୭୯ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ବେଳେ ସେ ଦୀର୍ଘଦିନଧରି ଅସୁସ୍ଥ ଥିଲେ ।
ମହାପାତ୍ର ଅପ୍ରେଲ ୧୯୮୪ ରୁ ଅପ୍ରେଲ ୧୯୯୪ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ପରେ ଆହ୍ଲାବାଦ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ ।
ସେ ୨୦୦୩ ରୁ ୨୦୦୮ ପର୍ଯ୍ୟନ୍ତ ଓଡ଼ିଶାର ଲୋକପାଳ ଭାବେ କାର୍ଯ୍ୟ କରିଥିଲେ । ୨୦୦୮ କନ୍ଧମାଳ ଦଙ୍ଗା ଘଟଣାର ତଦନ୍ତ ପାଇଁ ସରକାର ତାଙ୍କୁ କମିଶନ ନିଯୁକ୍ତ କରିଥିଲେ ।
ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ହାଇକୋର୍ଟ ମୁଖ୍ୟ ବିଚାରପତି ଭି.ଗୋପାଳଗୌଡ଼. ବିଭିନ୍ନ ରାଜନୈତିକ ଦଳର ନେତା ଏବଂ ବହୁ ବିଶିଷ୍ଟ ଲୋକମାନେ ତାଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି ।
ଓଡ଼ିଶା ଡ଼ଟ୍ କମ୍