• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଆଠ ମିଲିଅନ୍ ଟନ୍ ବିଶିଷ୍ଟ ପ୍ରକଳ୍ପ କରିବ ପୋସ୍କୋ

May 17, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମଇ ୧୭(ଓଡ଼ିଶା ଡ଼ଟ୍ କମ୍) ପୋସ୍କୋ କମ୍ପାନୀ ପାରାଦ୍ଵୀପ ନିକଟରେ ଆଠ ମିଲିଅନ୍ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା ସ୍ଥାପନ କରିବ ବୋଲି ଏହାର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭୁବନେଶ୍ୱରରେ କହିଛନ୍ତି ।

ଆବଶ୍ୟକ ଥିବା ସମୁଦାୟ ୪୦୦୪ ଏକର ଜମି ମିଳିବା ପରେ ପୁଣି ପ୍ରକଳ୍ପକୁ ସଂପ୍ରସାରିତ କରାଯିବ ବୋଲି ସେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ କହିଛନ୍ତି ।

ପୂର୍ବରୁ ଥିବା ୧୨ ମିଲିଅନ୍ ଟନ୍ କ୍ଷମତା ବିଶିଷ୍ଟ ପ୍ଳାଣ୍ଟ ସ୍ଥାପନ ଯୋଜନା ବର୍ତ୍ତମାନ ମଧ୍ୟ ରହିଛି କିନ୍ତୁ ତାହାକୁ ତିନୋଟି ଭାଗରେ ବିଭକ୍ତ କରାଯାଇ ପ୍ରତ୍ୟେକ ଚାରି ମିଲିଅନ୍ ଟନ୍ ବିଶିଷ୍ଟ କରାଯାଇଛି, ସେ କହିଛନ୍ତି ।

ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ହଜାର ଏକର ଜମି ଅଧିଗ୍ରହଣ କରାଯାଇଛି ଏବଂ ସେଥିରୁ ୫୦୦ ଏକର ଜମି କମ୍ପାନୀକୁ ହସ୍ତାନ୍ତର କରାଯାଇଛି । ଆଉ ୧୫୦୦ ଏକର ଜମି ହସ୍ତାନ୍ତର କରିବାକୁ ରହିଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।

୨୭୦୦ ଏକର ଜମିରେ ଆଠ ମିଲିଅନ୍ ଟନ୍ ବିଶିଷ୍ଟ ପ୍ରକଳ୍ପ ସ୍ଥାପନ ପାଇଁ କମ୍ପାନୀ ଇଚ୍ଛା ପ୍ରକାଶ କରିଛି ବୋଲି ୟୋନ୍ କହିଛନ୍ତି । ଦୁଇ ହଜାର ଏକର ଜମି ଅଧିଗ୍ରହଣ କରାଯାଇଥିବା ବେଳେ ଆଉ ସାତ ଶହ ଏକର ଜମି ଶୀଘ୍ର ଅଧିଗ୍ରହଣ କରାଯିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

୧୨ ମିଲିଅନ୍ ଟନ୍ ବିଶିଷ୍ଟ ଇସ୍ପାତ ପ୍ରକଳ୍ପ ସ୍ଥାପନ ପାଇଁ ଗତ ୨୦୦୫ ଜୁନ୍ ୨୨ରେ ଦକ୍ଷିଣ କୋରିଆ କମ୍ପାନୀ ପୋସ୍କୋ ରାଜ୍ୟ ସରକାରଙ୍କ ସହ ବୁଝାମଣା ପତ୍ର ସ୍ୱାକ୍ଷର କରିଥିଲା ।

ତେବେ ଗତ ୨୦୧୦ ଜୁନ୍ ୨୨ରେ ବୁଝାମଣା ପତ୍ରର ଅବଧି ଶେଷ ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କୁ ବିରୋଧ ଯୋଗୁଁ ପ୍ରକଳ୍ପ କାର୍ଯ୍ୟ ହୋଇପାରି ନାହିଁ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ପାରାଦ୍ଵୀପ, ପୋସ୍କୋ, ମୁଖ୍ୟମନ୍ତ୍ରୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version