• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଅଂଶୁଘାତରେ ୪୪ ଜଣଙ୍କ ମୃତ୍ୟୁ ଅଭିଯୋଗ

May 18, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମଇ ୧୯(ଓଡ଼ିଶା ଡ଼ଟ୍ କମ୍) ସମଗ୍ର ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ବର୍ତମାନ ପର୍ଯ୍ୟନ୍ତ ଅଂଶୁଘାତରେ ୪୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି ।

ତେବେ ସରକାରଙ୍କ ରାଜସ୍ୱ ବିଭାଗ ପକ୍ଷରୁ ୨୩ ଜଣଙ୍କ ମୃତ୍ୟୁ ଘଟଣାର ତଦନ୍ତ କରାଯାଇ କେବଳ ଦୁଇଜଣଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା କୁହାଯାଇଛି । ବଲାଙ୍ଗୀର ଜିଲ୍ଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରେ ମଧ୍ୟ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି ।

ଗତ ଦୁଇଦିନ ଧରି ପଶ୍ଚିମ ଓଡ଼ିଶାରେ ତାପମାତ୍ର କ୍ରମାଗତ ଭାବେ ବୃଦ୍ଧି ପାଇ ଶୁକ୍ରବାର ଏହି ଅଞ୍ଚଳର କେତେକ ସ୍ଥାନର ତାପମାତ୍ରା ୪୬ ଡ଼ିଗ୍ରୀ ସେଲସିଅସ୍ ରେକର୍ଡ଼ କରାଯାଇଛି ।

ଅଧିକାଂଶ ସ୍ଥାନର ତାପମାତ୍ରା ୪୫ ଡ଼ିଗ୍ରୀ ଉପରେ ରହିଥିବା ବେଳେ ଟିଟିଲାଗଡ଼ର ତାପମାତ୍ରା ଚଳିତ ବର୍ଷ ଏପର୍ଯ୍ୟନ୍ତ ରେକର୍ଡ଼ ଭଙ୍ଗ କରିଛି ।

ଶୁକ୍ରବାର ଟିଟିଲାଗଡ଼ର ତାପମାତ୍ରା ୪୬.୫ ଡ଼ିଗ୍ରୀ ରେକର୍ଡ଼ କରାଯାଇଥିବା ବେଳେ ସମ୍ବଲପୁର ୪୬, ହୀରାକୁଦ ୪୫.୮, ସୋନପୁର ୪୫.୪, ଝାରସୁଗୁଡ଼ା ୪୪.୪, ଭବାନୀପାଟଣା ୪୪.୫, ସୁନ୍ଦରଗଡ଼ ୪୪ ଡ଼ିଗ୍ରୀ ଏବଂ ବଲାଙ୍ଗୀରର ସର୍ବୋଚ୍ଚ ତାପମାତ୍ରା ୪୪.୪ ଡ଼ିଗ୍ରୀ ସେଲ୍ସିଅସ୍ ରେକର୍ଡ଼ କରାଯାଇଛି ।

ସେହିପରି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଅଂଶୁଘାତ, ତାପମାତ୍ରା

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version