• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମାଓବାଦୀ ସହରର ଉନ୍ନତିରେ ସହଯୋଗ କରନ୍ତୁ: ଜୟରାମ

May 28, 2012 by admin

ଓଡ଼ିଶା ଡ଼ଟ୍ କମ୍ : ରତ୍ନାକର ଦାଶ

ମାଲକାନଗିରି, ମଇ ୨୮(ଓଡ଼ିଶା ଡ଼ଟ୍ କମ୍) ମାଓବାଦୀମାନେ ବନ୍ଧୁକ ଛାଡ଼ି ଜାତୀୟ ସ୍ରୋତରେ ସାମିଲ ହୋଇ ସହରର ଉନ୍ନତିରେ ସହଯୋଗ କଲେ ସହରର ବିକାଶ ସମ୍ଭବ ହୋଇପାରିବ ବୋଲି କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଜୟରାମ ରମେଶ କହିଛନ୍ତି ।

ସୋମବାର ଦିନିକିଆ ମାଲକାନଗିରି ଗସ୍ତରେ ଆସି ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସମୀକ୍ଷା କରିବା ଅବସରରେ ସେ ମାଓବାଦୀଙ୍କୁ ଏହି ଆହ୍ୱାନ ଦେଇଛନ୍ତି ।

ସହରର ବିକାଶରେ ଯୁବକ ଓ ନାରୀ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ତେଣୁ ନାରୀ ଓ ଯୁବକମାନେ ସ୍ୱଇଚ୍ଛାରେ ରାଜନୀତିରେ ସାମିଲ ହେଲେ ସହରର ବିକାଶ ପଥରେ ଆଗେଇପାରିବ ବୋଲି ଏକ ସଭାରେ ଉଦବୋଧନ ଦେଇ ସେ କହିଛନ୍ତି ।

ଦିନ ୧୧ଟାରେ ରମେଶ ବିଏସ୍ଏଫ୍ କାର୍ଯ୍ୟାଳୟ ସ୍ଥିତ ହେଲିପ୍ୟାଡ଼ରେ ଓହ୍ଲାଇବା ପରେ ସେଠାରେ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ଏବଂ ସ୍ଥାନୀୟ ଆଦିବାସୀମାନେ ସାନ୍ତାଳୀ ଓ ସିଂହ ନୃତ୍ୟ ପରିବେଷଣ କରି ତାଙ୍କୁ ସ୍ୱାଗତ କରିଥିଲେ ।

ମହାତ୍ମା ଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ କରାଯାଇଥିବା ଆମ୍ବ ଓ ଲିଚୁ ବଗିଚା ଦେଖିବା ସହିତ ଚାଷୀଙ୍କ ସୁବିଧା ଅସୁବିଧା ବିଷୟରେ ପଚାରି ବୁଝିଥିଲେ । ମନ୍ତ୍ରୀଙ୍କ ସହିତ ମାଲକାନଗିରିର ପୂର୍ବତନ ଜିଲ୍ଲାପାଳ ତଥା ତାଙ୍କ ବ୍ୟକ୍ତିଗତ ସଚିବ ଭୀନିଲ କ୍ରିଷ୍ଣା ମଧ୍ୟ ଆସିଥିଲେ ।

ପରେ ପଞ୍ଚାୟତ ପ୍ରତନିଧି ମାନଙ୍କଠାରୁ ସେମାନଙ୍କ ସୁବିଧା ଅସୁବିଧା ବିଷୟରେ ଶୁଣି ସମସ୍ୟା ଦୁରୀକରଣ ଦିଗରେ ପଦକ୍ଷେପ ନିଆଯିବ ବୋଲି ରମେଶ କହିଛନ୍ତି ।

ମାଓ ପ୍ରବଣ ଅଂଚଳର ବିକାଶ ହେଲେ ଆଦିବାସୀ ମାନଙ୍କର ବିକାଶ ସମ୍ଭବ ହୋଇପାରିବ । ସେହିପରି ୨୫୦ରୁ କମ୍ ପରିବାର ବାସ କରୁଥିବା ମାଓ ପ୍ରବଣ ଗାଁକୁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ । ୧୭ହଜାର ଜଙ୍ଗଲ ଜମି ପଟ୍ଟା ପାଇଥିବା ହିତାଧିକାରୀଙ୍କୁ ଇନ୍ଦିରା ଆବାସ ଗୃହ ପ୍ରଧାନ କରାଯିବ ବୋଲି ସେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଜୟରାମ ରମେଶ, ପଞ୍ଚାୟତ, ବିଏସ୍ଏଫ୍, ମାଲକାନଗିରି

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version