• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମନ୍ତ୍ରୀ ସାରା ନାୟକ ମନ୍ତ୍ରୀମଣ୍ଡଳରୁ ବହିସ୍କୃତ

June 4, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜୁନ୍ ୪(ଓଡ଼ିଶା ଡ଼ଟ୍ କମ୍) ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟ ମନ୍ତ୍ରୀମଣ୍ଡଳରୁ ସାରା ନାୟକଙ୍କୁ ବହିସ୍କାର କରିଛନ୍ତି ।

ଏସଂପର୍କରେ ସେ ରାଜ୍ୟପାଳଙ୍କୁ ସୁପାରିଶ କରିଥିବା ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି । ସାରାଙ୍କ କାର୍ଯ୍ୟକଳାପ ବିଷୟରେ ଅବଗତ ଥିଲି ଏବଂ ଏହା ଛାୟା ଦୁର୍ନୀତି ଠାରୁ ଅଧିକ ଗୁରୁତର ବୋଲି ସେ କହିଛନ୍ତି ।

ସଚିବାଳୟରେ ଦଳର ବରିଷ୍ଠ ମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିବା ପରେ ନବୀନ ଏହି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କୁ ଗାଦିଚ୍ୟୁତ କରିବା ପାଇଁ ସାଂସଦ ପ୍ୟାରୀମୋହନ ମହାପାତ୍ରଙ୍କ ବାସଭବନରେ ମଙ୍ଗଳବାର ହୋଇଥିବା ବିଧାୟକଙ୍କ ବୈଠକରେ ସାାରଙ୍କ ପ୍ରମୁଖ ଭୂମିକା ଥିବା ଦଳୀୟ ବିଧାୟକ ଓ କର୍ମୀମାନେ ଅଭିଯୋଗ କରିଥିଲେ ।

ପ୍ରଥମେ କଂଗ୍ରେସ ଦଳରେ ଥିବା ସାରା ନବୀନଙ୍କ ଦ୍ୱିତୀୟ ଶାସନରେ ବିଜେଡ଼ି ଯୋଗ ଦେଇ ଗତ ଦୁଇଟି ନିର୍ବାଚନରେ ରାଉରକେଲା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ପରେ ୨୦୦୯-୧୧ରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ହୋଇଥିଲେ । ୨୦୧୧ରେ ବିଭାଗ ପରିବର୍ତନ ସମୟରେ ତାଙ୍କୁ ନଗର ଉନ୍ନୟନ ସହ ଅବକାରୀ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ଦିଆଯାଇଥିଲା ।

ଗତ ଶୁକ୍ରବାର ନବୀନ ମନ୍ତ୍ରୀଣ୍ଡଳରୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅଞ୍ଜଳି ବେହେରା ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ସଂଜୀବ ସାହୁଙ୍କୁ ବହିସ୍କାର କରିବା ସହ ବିଧାୟକ ପ୍ରଭାତ ବିଶ୍ୱାଳ, ବିଭୂତି ବଳବନ୍ତରାୟ ଏବଂ ସାଂସଦ ପ୍ୟାରୀମୋହନ ମହାପାତ୍ରଙ୍କୁ ନିଲମ୍ବନ କରିଥିଲେ ।

ନଗର ଉନ୍ନୟନ ବିଭାଗ ମୁଖ୍ୟମନ୍ତ୍ରୀ ନିଜ ହାତରେ ରଖିଥିବା ବେଳେ ଅର୍ଥ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର, ରାଜନୀତି Tagged With: ମନ୍ତ୍ରୀମଣ୍ଡଳ, ମୁଖ୍ୟମନ୍ତ୍ରୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version