Site icon Odisha.com

ସମ୍ବଲପୁର: ପୁଣି ଡ଼େଙ୍ଗୁ ରୋଗୀ ଚିହ୍ନଟ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜୁଲାଇ ୧୧(ଓଡ଼ିଶା ଡ଼ଟ୍ କମ୍) ସମ୍ବଲପୁର ଜିଲ୍ଲା ବୁର୍ଲା ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କ ରକ୍ତ ନମୁନାରୁ ବୁଧବାର ଡେଙ୍ଗୁ ଭୂତାଣୁ ଚିହ୍ନଟ ହୋଇଛି ।

ସଂପୃକ୍ତ ରୋଗୀଙ୍କ ଘର ଝାରସୁଗୁଡ଼ା ଜିଲ୍ଲା ଲଇକେରା ଅଞ୍ଚଳରେ । ଡେଙ୍ଗୁ ଭୂତାଣୁ ମିଳିବା ପରେ ତାଙ୍କୁ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ଏହି ଖବର ପ୍ରଚାର ହେବାପରେ ସେଠାରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

ଓଡ଼ିଶା ଡ଼ଟ୍ କମ୍

Exit mobile version