ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଭୁବନେଶ୍ୱର, ଜୁଲାଇ ୧୩(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟର ବିଭିନ୍ନ ପୌରପରିଷଦ, ବିଜ୍ଞାପିତ ଅଞ୍ଚଳ ତଥା ମହାନଗର ନିଗମ ମାନଙ୍କରେ ମହିଳା ମାନଙ୍କ ପାଇଁ ସଂରକ୍ଷଣ ୩୩ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିବାକୁ ସରକାର ନିଷ୍ପତି ଗ୍ରହଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହା ଘୋଷଣା କରିଥିବା ବେଳେ ଏହାଦ୍ୱାରା ନିର୍ବାଚିତ ପୌରପରିଷଦ ଗୁଡ଼ିକରେ ମହିଳା ମାନଙ୍କ ପ୍ରତିନିଧିତ୍ୱ ବୃଦ୍ଧି ପାଇବା ସହିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ଆଗେଇ ନେବାରେ ବିଶେଷ ସହାୟକ ହେବ ବୋଲି ସେ କହିଛନ୍ତି ।
ଉଲ୍ଲେଖଯୋଗ୍ୟ, ଗତ ପଞ୍ଚାୟତ ନିର୍ବାଚନ ସମୟରେ ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କରେ ମହିଳା ମାନଙ୍କ ପାଇଁ ୫୦ ପ୍ରତିଶତସ୍ଥାନ ସଂରକ୍ଷଣ ରଖାଯାଇଛି ।
ନବେଦଶକରେ ସ୍ୱର୍ଗତ ବିଜୁ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ସମୟରେ ମହିଳା ମାନଙ୍କ ପାଇଁ ବିଭିନ୍ନ ପଞ୍ଚାୟତିରାଜ ଅନୁଷ୍ଠାନ, ପୌରପରିଷଦ ତଥା ସରକାରୀ ଚାକିରୀରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିଲେ ।
ଓଡ଼ିଶା ଡ଼ଟ୍ କମ୍